ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍‌ ଫୋର୍ସ: ୩ ଘଣ୍ଟା ପୂର୍ବରୁ ବିମାନବନ୍ଦରରେ ପହଞ୍ଚତ୍ବାକୁ ଯାତ୍ରୀଙ୍କୁ ପରାମର୍ଶ

ଭୁବନେଶ୍ୱର,୬।୯ (ବ୍ୟୁରୋ): ସଫଳ ନେତୃତ୍ୱ ଯୋଗୁ ନୂଆଦିଲ୍ଲୀରେ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ ହୋଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିବେ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ପ୍ରାୟ ୧୧ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ତେବେ ତାଙ୍କୁ ସ୍ବାଗତ କରିବା ପାଇଁ ବିଜେଡି ପକ୍ଷରୁ ବଡ଼ ଆୟୋଜନ କରାଯାଇଛି। ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରୁ ପ୍ରାୟ ୫୦ ହଜାର ଦଳୀୟ କର୍ମୀଙ୍କ ସମାଗମ ସମ୍ଭାବନା ରହିଛି। ଏଥିପାଇଁ ରାଜଧାନୀରେ ଟ୍ରାଫିକ ଜାମ୍‌ ହେବାର ଆଶଙ୍କା ଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। ସହରରେ ୩୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ ବୋଲି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି କାର୍ଯ୍ୟକ୍ରମ ପାଇଁ ରୁଟ୍‌ ଲାଇନିଂ ସହ ଟ୍ରାଫିକ ନିୟନ୍ତ୍ରଣକୁ ଗୁରୁତ୍ୱ ଦିଆଯାଇଛି। ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ଦୃଷ୍ଟିରୁ ୮ଜଣ ଅତିରିକ୍ତ ଡିସିପି, ୧୬ଜଣ ଏସିପି, ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବ। ବିମାନବନ୍ଦର ନିକଟ ୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ଏଥିସହ ଅଧିକ ଭିଡ଼ ଯୋଗୁ ଏୟାରପୋର୍ଟ କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ସକାଳ ୮ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ବିମାନ ବନ୍ଦରରେ ପ୍ରବଳ ଜନସମାଗମ ହେବ। ଅନ୍ୟ ସ୍ଥାନକୁ ଯାତ୍ରା କରିବାକୁ ଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସମୟର ୩ଘଣ୍ଟା ପୂର୍ବରୁ ବିମାନ ବନ୍ଦରରେ ପହଞ୍ଚତ୍ବାକୁ ଡିସିପି ସିଂ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri