Posted inଜାତୀୟ

ଶରଦ ପାଓ୍ବାରଙ୍କୁ ଭେଟିଲେ ନୀତୀଶ

ପାଟନା,୭।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜିକାଲି ଦିଲ୍ଲୀ ଗସ୍ତରେ ଆସି ବିରୋଧୀ ଦଳର ନେତାଙ୍କ ସହ ସାକ୍ଷାତ କରୁଛନ୍ତି। ଏହି ସାକ୍ଷାତର ମୁଖ୍ୟ କାରଣ ହେଉଛି ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପାର ବିଜୟ ରଥକୁ ରୋକିବା ପାଇଁ ବିରୋଧୀଙ୍କୁ ଏକଜୁଟ କରିବା।
ଏହି କ୍ରମରେ ବୁଧବାର ନୀତୀଶ କୁମାର ଏନସିପି ସୁପ୍ରିମୋ ଶରଦ ପାୱାରଙ୍କୁ ଭେଟିଛନ୍ତି। ଉଭୟଙ୍କ ମଧ୍ୟରେ ଆଗାମୀ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ଏନସିପି ମୁଖ୍ୟଙ୍କୁ ଭେଟିବା ପରେ ନୀତୀଶ କୁମାର କହିଛନ୍ତ, ବହୁତ ଭଲ ବାର୍ତ୍ତାଳାପ ହୋଇଛି। ଭାଜପାକୁ ହଟାଇବାକୁ ହେଲେ ବିରୋଧୀ ଏକଜୁଟ ହେବା ଆବଶ୍ୟକ। ଯଦି ବିରୋଧୀ ଏକଜୁଟ ହୁଅନ୍ତି ତେବେ ଏହା ଦେଶ ପାଇଁ ଭଲ। ଏହାପୂର୍ବରୁ ନୀତୀଶ କୁମାର କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆର ସାଧାରଣ ସମ୍ପାଦକ ଦୀପଙ୍କର ଭଟ୍ଟାଚାର୍ଯ୍ୟଙ୍କୁ ଭେଟିଥିଲେ।
ନୀତୀଶ କୁମାର ଗତ ମାସରେ ବିହାରରେ ଭାଜପା ସହ ମେଣ୍ଟ ଭାଙ୍ଗି ଆରଜେଡି ସହ ସରକାର ଗଠନ କରିଥିଲେ। ସେବେଠାରୁ ସେ ବିରୋଧୀ ଏକତା ଉପରେ ଲଗାତାର ଗୁରୁତ୍ୱ ଦେଉଛନ୍ତି।
ମଙ୍ଗଳବାର ନୀତୀଶ କୁମାର କହିଥିଲେ, ସେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି କିମ୍ବା ଏଥିପାଇଁ ଆଗ୍ରହୀ ନୁହଁନ୍ତି କିନ୍ତୁ ଭାରତୀୟ ଜନତା ପାର୍ଟି (ଭାଜପା) ବିରୋଧରେ ବିରୋଧୀ ଦଳକୁ ଏକଜୁଟ କରିବା ତାଙ୍କର ଲକ୍ଷ୍ୟ।
ନିକଟରେ ଶରଦ ପାୱାର ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ସେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନୁହଁନ୍ତି। ଏଥି ସହିତ ବିରୋଧୀ ଦଳଗୁଡ଼ିକୁ ଏକଜୁଟ କରିବା ପାଇଁ ନିରନ୍ତର ଆଲୋଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri