Posted inଖେଳ

ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପ୍ରାକ୍ଟିସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ରାଉରକେଲା ଅଫିସ, ୮।୯: ଆଗାମୀ ୨୦୨୩ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଓ ହକି ଇଣ୍ଡିଆର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବୁଧବାର ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ ପରିଦର୍ଶନ କରିଛନ୍ତି।

ଏହି ପ୍ରତିନିଧି ଦଳରେ ଏଫ୍‌ଆଇଏଚ୍‌ର କାର୍ଯ୍ୟକାରୀ ସଭାପତି ସୈଫ୍‌ ଅହମଦ, ମୁଖ୍ୟ କାର୍ଯ୍ୟନିର୍ବାହୀ ଥିଏରୀ ଓ୍ବିଲ, ହକି ଇଣ୍ଡିଆ କମିଟି ଅଫ୍‌ ଆଡ୍‌ମିନିଷ୍ଟ୍ରେଟର୍ସ (ସିଓଏ) ପ୍ରତିନିଧି ଏସ୍‌. ଓ୍ବାଇ କୁରେଶି ଓ ଜାଫର ଇକ୍‌ବାଲ ସାମିଲ ଥିଲେ। ଆଗାମୀ ହକି ବିଶ୍ୱକପ୍‌ ଭୁବନେଶ୍ୱର ଓ ରାଉରକେଲାରେ ଆୟୋଜନ ହେବ। ହକିର ବିକାଶ ପାଇଁ ଓଡ଼ିଶା ସରକାରଙ୍କ ସମର୍ଥନ ଏବଂ ବିର୍ସା ମୁଣ୍ଡା ଷ୍ଟାଡିୟମ ନିର୍ମାଣ ଅଗ୍ରଗତି ନେଇ ଉକ୍ତ ପ୍ରତିନିଧି ଦଳ ସନ୍ତୋଷ ପ୍ରକାଶ କରିଛନ୍ତି। ସେମାନଙ୍କ ସହ ଇଡ୍‌କୋ ଚେୟାରମ୍ୟାନ ହେମନ୍ତ ଶର୍ମା, ରାଜ୍ୟ କ୍ରୀଡ଼ା ବିଭାଗ ସଚିବ ଆର. ଭିନିଲ କ୍ରିଷ୍ଣା, ଇଡ୍‌କୋ ଏମ୍‌ଡି ଭୂପିନ୍ଦର ପୁନିଆ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ପରିଦର୍ଶନ ଅବସରରେ ପ୍ରତିନିଧି ଦଳ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପରିସରରେ ଥିବା ପ୍ରାକ୍ଟିସ ସେଣ୍ଟରକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟ ଷ୍ଟାଡିୟମର କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି ଏବଂ ଧାର୍ଯ୍ୟ ସମୟ ମଧ୍ୟରେ ଶେଷ ହେବ ବୋଲି ପ୍ରକାଶ କରାଯାଇଛି।

”ଭବ୍ୟ ସ୍ବାଗତ ପାଇଁ ଓଡ଼ିଶା ସରକାଙ୍କୁ ଧନ୍ୟବାଦ। କାର୍ଯ୍ୟ ଯେପରି ଆଗେଇ ଚାଲିଛି ରାଉରକେଲା ଓ ଭୁବନେଶ୍ୱରରେ ଆଗାମୀ ବିଶ୍ୱକପ୍‌ ସ୍ମରଣୀୟ ହେବ। ପ୍ରତିଯୋଗିତାକୁ ସଫଳତାର ସହ ଆୟୋଜନ ପାଇଁ ଓଡ଼ିଶାର ଆଗ୍ରହ ଆମ ଆତ୍ମବିଶ୍ୱାସ ବଢ଼ାଇଛି“ ବୋଲି ସୈଫ ଅହମଦ ପ୍ରକାଶ କରିଛନ୍ତି। ସିଓଏ ପ୍ରତିନିଧି ଏସ୍‌.ଓ୍ବାଇ. କୁରେଶି କହିଲେ ଯେ, ଆମେ ରାଉରକେଲା ଆସି ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ଦେଖି ବହୁତ ଖୁସି। ଏହାକୁ ବଢ଼ିଆଭାବେ ନିର୍ମାଣ କରାଯାଉଛି ଏବଂ ଆମ ସହ ଆୟୋଜକ ଏଫ୍‌ଆଇଏଚ୍‌ ସନ୍ତୁଷ୍ଟ ଅଛି। ଓଡ଼ିଶାରେ ଯେ କୌଣସି ଇଭେଣ୍ଟ ଅତି ସଫଳତାର ସହ ଆୟୋଜନ ହୋଇଥାଏ। ରାଜନୈତିକ ନେତୃବୃନ୍ଦଙ୍କ ସମ୍ପୃକ୍ତି ଥିବାରୁ ଇତିହାସ ସୃଷ୍ଟି ହେବାକୁ ଯାଉଛି। ସେହିପରି ଜାଫର ଇକ୍‌ବାଲଙ୍କ ମତରେ ଭାରତ ୪ର୍ଥ ଥର ପାଇଁ ହକି ବିଶ୍ୱକପ୍‌ ଆୟୋଜନ କରିବାକୁ ଯାଉଛି। ଅନ୍ୟ କୌଣସି ଦେଶ ଏତେଥର ଆୟୋଜନ କରିପାରି ନାହାନ୍ତି। ଏହା ବିରଳ।

ଏଫ୍‌ଆଇଏଚ୍‌ ଓଡ଼ିଶାକୁ ସୁଯୋଗ ଦେଇଛି ଏବଂ ଆମେ ଏଥିରେ ଅତ୍ୟନ୍ତ ଆନନ୍ଦିତ। ବିଶ୍ୱକପ୍‌କୁ ସ୍ମରଣୀୟ କରିବା ପାଇଁ ଓଡ଼ିଶା ସରକାର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ବିତ କରିଛନ୍ତି। ହକି ପ୍ରତି ସମର୍ଥନ ଅବ୍ୟାହତ ରଖିଥିବାରୁ ଥିଏରୀ ଓ୍ବିଲ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏହା ଭାରତର ସର୍ବବୃହତ୍‌ ଏବଂ ବିଶ୍ୱର ଅନ୍ୟତମ ବୃହତ୍‌ ହକି ଷ୍ଟାଡିୟମ। ଏଠାରେ ପ୍ରତିଯୋଗିତା ଆୟୋଜନକୁ ଆମେ ବ୍ୟଗ୍ରତାର ସହ ଅପେକ୍ଷା କରିଛୁ। ଆସନ୍ତା ଜାନୁୟାରୀରେ ପ୍ରଶଂସକ ଏବଂ ଗଣମାଧ୍ୟମଗୁଡ଼ିକ ରାଉରକେଲା ଆସି ପ୍ରତିଯୋଗିତାକୁ ସାଫଲ୍ୟମଣ୍ଡିତ କରିବେ ବୋଲି ଆମେ ଆଶା ରଖିଛୁ। କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା ଷ୍ଟାଡିୟମ ପ୍ରକଳ୍ପର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଅବଗତ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri