୫୧ ହଜାର ତଳେ ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୧ ହଜାର ତଳେ ରହିଛି। ମହାରାଷ୍ଟ୍ର,କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧ହଜାର ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ପୁଣି ୬ ହଜାର ଉପରେ ରହିଛି। ଏହା ୬,୩୮୧ ରହିଛି। ଗୋଟିଏ ଦିନ ତଳେ ଏହା ୫,୩୬୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫୦ ହଜାର ୩୪୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୦ ହଜାର ୫୯୪ ଥିଲା। ସେହିପରି ୨୪ ଘଣ୍ଟାରେ ୬ ହଜାର ୬୧୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୭ ହଜାର ୯୪ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୭୮ ହଜାର ୬୩୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୨୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri