୫-ଟି ଅଧୀନ ବିଦ୍ୟାଳୟରେ ୫୦ ଲକ୍ଷ ଦୁର୍ନୀତି

ବାଲିକୁଦା, ୮ା୯(ସ୍ବ.ପ୍ର.): ରାଜ୍ୟ ସରକାର ଦୁର୍ନୀତି ରୋକିବାକୁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏ ସବୁକୁ ପାଦରେ ଦଳିମକଚି ଦେଉଛନ୍ତି କିଛି ସରକାରୀ କମର୍ଚାରୀ। ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମାଗିଲେ ମିଳୁନାହିଁ। ଏଭଳି ଦେଖିବାକୁ ମିଳିଛି ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ମାଛଗଁା ପଞ୍ଚାୟତର ଓଚିନ୍ଦା ସରକାରୀ ଉଚ୍ଚ ବିଦ୍ୟାଳୟରେ। ଏହି ବିଦ୍ୟାଳୟ ୫-ଟିର ଅନ୍ତର୍ଭୁକ୍ତ। ତେଣୁ ସରକାର ଏହି ବିଦ୍ୟାଳୟର ସୌନ୍ଦର୍ଯ୍ୟକରଣ ପାଇଁ ଯେଉଁ ଅର୍ଥ ପ୍ରଦାନ କରିଛନ୍ତି ସେଥିରୁ ୫୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଏହି ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ମାଛଗଁା ପଞ୍ଚାୟତର ପୂର୍ବତନ ସମିତିସଭ୍ୟ ସଞ୍ଜୟ ପାଳ। ବିଦ୍ୟାଳୟ ନିର୍ମାଣ କାମରେ ଦୁର୍ନୀତି ହେଉଥିବା ନେଇ ପାଳ ଗତ ଜାନୁୟାରୀରୁ ଲଗାତର ଅଭିଯୋଗ କରିଆସୁଛନ୍ତି। ବିଭିନ୍ନ ଦଫାରେ ଉକ୍ତ ବିଦ୍ୟାଳୟ ଶ୍ରେଣୀଗୃହର ଉନ୍ନତୀକରଣ, ବାଉଣ୍ଡାରି, ଖେଳପଡ଼ିଆ ଆଦି କାର୍ଯ୍ୟକୁ ବ୍ଲକର ବିଭାଗୀୟ ଅଧିକାରୀ ଚଞ୍ଚକତା କରି କରୁଛନ୍ତି। ଏମିତି କି କାମର କୌଣସି ସୂଚନାଫଳକ ଲଗାଯାଉନାହିଁ। ସୂଚନା ଅଧିକାର ଆଇନ ବଳରେ ପାଳ ତଥ୍ୟ ମାଗିଥିଲେ ମଧ୍ୟ ତାଙ୍କୁ ବ୍ଲକ ପ୍ରଶାସନ ଦେଉନାହିଁ। ପ୍ରାଥମିକ ପର୍ଯ୍ୟାୟରେ ଶ୍ରେଣୀଗୃହ ଉନ୍ନତୀକରଣ ନାମରେ ପୁରୁଣା କାନ୍ଥରେ ରଙ୍ଗ ମାରି ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ ହୋଇଥିବା ପାଳ ଅଭିଯୋଗରେ ଦର୍ଶାଇଛନ୍ତି। ପରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ୧୫ ଏସ୍‌ଏଫ୍‌ସି ଓ ସିଏଫ୍‌ସି ଯୋଜନାରେ ଲକ୍ଷାଧିକ ଟଙ୍କାର ଦୁର୍ନୀତି ହୋଇଥିବା ସେ ମଙ୍ଗଳବାର ବାଲିକୁଦା ବିଡିଓଙ୍କୁ ଅଭିଯୋଗ କରିଛନ୍ତି। ତୁରନ୍ତ ଏହି ବିଦ୍ୟାଳୟକୁ ଆସୁଥିବା ଅନୁଦାନ ସମ୍ପର୍କରେ ମାଗିଥିବା ସବିଶେଷ ତଥ୍ୟ ପ୍ରଦାନ କରିବା ସହ ଦୁର୍ନୀତିକୁ ତୁରନ୍ତ ରୋକିବା ପାଇଁ ଦାବି କରିଛନ୍ତି। ୧୫ ଦିନ ଭିତରେ ବ୍ଲକ ପ୍ରଶାସନ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କଲେ ବାଧ୍ୟହୋଇ ପଞ୍ଚାୟତ ସମିତି ଗାନ୍ଧୀ ପ୍ରତିମୂର୍ତ୍ତି ତଳେ ଧାରଣା ଦେବେ ବୋଲି ସେ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ବିଡିଓ ଜିତେନ୍ଦ୍ର ନାୟକଙ୍କୁ ପଚାରିବାରେ ଅଭିଯୋଗ ପାଇଛି। ୨୦ଦିନ ହେବ ଏଠାରେ ନିଯୁକ୍ତି ପାଇଛି। ଘଟଣାର ତଦନ୍ତ କରାଯିବ। ଯଦି ଦୁର୍ନୀତି ହୋଇଥିବାର ପ୍ରମାଣ ମିଳିବ ତାହା ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ...

କଳାଧାନ ଚାଷ: ଜଳାଭାବ ଯୋଗୁ ଆଶଙ୍କାରେ ଚାଷୀ

ପାରଳାଖେମୁଣ୍ଡି, ୯ା୫ (ଗିରିଧାରୀ ପରିଛା):ଗଜପତି ଜିଲାରେ ମୂଲ୍ୟବାନ କଳାଧାନ ଚାଷ ହେଉଛି। ଏହି କଳା ଧାନ ଚାଷ ଓଡ଼ିଶାର ବରଗଡ ଜିଲା ସମେତ ଅନ୍ୟାନ୍ୟ ଜିଲାରେ...

ଆଇଟିଆଇ ସ୍ଥାପନ କରିବ ‘ଓ୍ବେଷ୍ଟ ଟୁ ଓ୍ବେଲଥ’ ମଡେଲ ବୁଥ୍‌

ବ୍ରହ୍ମପୁର,୯ା୫(ଅଶୋକ କୁମାର ସାହୁ):ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଆସନ୍ତା ୧୩ ତାରିଖରେ ସାଧାରଣ ନିର୍ବାଚନ ମତଦାନ ହେବ । ଭୋଟରଙ୍କୁ ସଚେତନ କରିବା ପାଇଁ ଭିନ୍ନ ମଡେଲ...

ମାଟିର ପୁଅ, ଆମଦାନୀ ନେତାଙ୍କୁ ନେଇ ରାଜନୀତି

ଜଗତ୍‌ସିଂହପୁର, ୯ା୫(ପ୍ରମୋଦ କୁମାର ନାୟକ)ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ମାଟିର ପୁଅ ଓ ଆମଦାନୀ ନେତାଙ୍କୁ ନେଇ ଆଲୋଚନା ଜୋର ଧରିଛି। ବିଗତ ୨ଟି ନିର୍ବାଚନ କଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri