Posted inଜାତୀୟ

ବିବାଦୀୟ ସ୍ଥାନରୁ ସେନା ପ୍ରତ୍ୟାହାର କଲା ଭାରତ, ଚାଇନା

ଲଦାଖ,୮।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡରସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି। ସମନ୍ବିତ ଓ ଯୋଜନାବଦ୍ଧ ଭାବେ ଦୁଇଦେଶର ସୈନ୍ୟଙ୍କୁ ଫେରାଇ ନିଆଯାଉଛି। ଏହା ସୀମାନ୍ତ ଅଞ୍ଚଳରେ ସ୍ଥାୟୀ ଶାନ୍ତି ଓ ସ୍ଥିରତା ବଜାୟ ରଖିବାରେ ସହାୟକ ହେବ ବୋଲି ଭାରତ ଓ ଚାଇନା ପକ୍ଷରୁ ମିଳିତ ବିବୃତିରେ କୁହାଯାଇଛି। ୨୦୨୦ ଏପ୍ରିଲ୍‌-ମେ’ରେ ଚାଇନା ସୈନ୍ୟ ପୂର୍ବ ଲଦାଖର ଏକାଧିକ ସ୍ଥାନରେ ଜବରଦସ୍ତ ଅନୁପ୍ରବେଶ କରିବାରୁ ଉଭୟ ସେନା ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହା ପରେ ଉଭୟ ସାମରିକ ଓ କୂଟନୈତିକ ସ୍ତରରେ ଏକାଧିକ ପର୍ଯ୍ୟାୟ ଆଲୋଚନା ହୋଇ ପଙ୍ଗଓଙ୍ଗ ସୋ’ର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱ ଏବଂ ଗଲଓ୍ବାନର କେତେକ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ହୋଇଥିଲା। ମୋଟାମୋଟି ଭାବେ ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ ଲଦାଖ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଭାରତ କ୍ରମାଗତ ଭାବେ ଜୋର୍‌ ଦେଇଆସିଛି। ଏହା ସତ୍ତ୍ୱେ ଚାଇନା ସୈନ୍ୟମାନେ ଅନେକ ସମୟରେ ସ୍ଥିତିକୁ ଅଧିକ ଜଟିଳ କରିଛନ୍ତି। ନିକଟରେ ପୂର୍ବ ଲଦାଖର ଡେମ୍‌ଚୋକ୍‌ ଅଞ୍ଚଳକୁ ଯାଇଥିବା ଭାରତୀୟ ଗୋଚାରଣକାରୀଙ୍କୁ ଚାଇନା ସୈନ୍ୟ ଅଟକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ରାସ୍ତାକଡ଼ରେ ଛିଡା ହୋଇଥିବା ୧୪ ଜଣଙ୍କ ଉପରେ ମାଡ଼ିଗଲା ମୃତ୍ୟୁର ବସ୍, ଭାଇରାଲ ହେଉଛି ଛାତିଥରା…

ନୂଆଦିଲ୍ଲୀ,୩୦।୧୨: ସୋମବାର ରାତିରେ ମୁମ୍ବାଇର ଭାଣ୍ଡୁପ ଅଞ୍ଚଳରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯାହା ସମଗ୍ର ସହରକୁ ସ୍ତବ୍ଧ କରିଦେଇଛି। ରାତି ପ୍ରାୟ ୯ଟା ୩୫...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ…

ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ...

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri