Posted inଜାତୀୟ

ପିପି-୧୫ରୁ ଫେରିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ,୯।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡର ସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି। ସମନ୍ବିତ ଓ ଯୋଜନାବଦ୍ଧ ଭାବେ ଦୁଇଦେଶର ସୈନ୍ୟଙ୍କୁ ଫେରାଇ ନିଆଯାଉଛି। ଏହା ସୀମାନ୍ତ ଅଞ୍ଚଳରେ ସ୍ଥାୟୀ ଶାନ୍ତି ଓ ସ୍ଥିରତା ବଜାୟ ରଖିବାରେ ସହାୟକ ହେବ ବୋଲି ଭାରତ ଓ ଚାଇନା ପକ୍ଷରୁ ମିଳିତ ବିବୃତିରେ କୁହାଯାଇଛି।
୨୦୨୦ ଏପ୍ରିଲ୍‌-ମେ’ରେ ଚାଇନା ସୈନ୍ୟ ପୂର୍ବ ଲଦାଖର ଏକାଧିକ ସ୍ଥାନରେ ଜବରଦସ୍ତ ଅନୁପ୍ରବେଶ କରିବାରୁ ଉଭୟ ସେନା ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଚାଇନା ସୈନ୍ୟ ଉକ୍ତ ପୂର୍ବ ଲଦାଖର ଫିଙ୍ଗର ଅଞ୍ଚଳ, ଗଲଓ୍ବାନ ଭ୍ୟାଲି, ହଟ୍‌ ସ୍ପ୍ରିଂ ଏବଂ କଙ୍ଗରୁଙ୍ଗ ନାଲା ଅଞ୍ଚଳରେ ପ୍ରବେଶ କରିଥିଲେ। ଦୀର୍ଘଦିନର ମୁହଁାମୁହିଁ ସ୍ଥିତି ପରେ ୨୦୨୦ ଜୁନ୍‌ରେ ଗଲଓ୍ବାନ ଉପତ୍ୟକାରେ ଚାଇନା ଓ ଭାରତୀୟ ସୈନ୍ୟଙ୍କ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଥିଲା। ଏଥିରେ ଭାରତର ୨୦ ସୈନ୍ୟ ନିହତ ହୋଇଥିବାବେଳେ ଚାଇନାର ୪୦ରୁ ଊର୍ଦ୍ଧ୍ୱ ସୈନ୍ୟ ମୃତାହତ ହୋଇଥିଲେ। ଏହା ପରେ ଉଭୟ ସାମରିକ ଓ କୂଟନୈତିକ ସ୍ତରରେ ଏକାଧିକ ପର୍ଯ୍ୟାୟ ଆଲୋଚନା ହୋଇ ପଙ୍ଗଓଙ୍ଗ ସୋ’ର ଉତ୍ତର ଓ ଦକ୍ଷିଣ ପାର୍ଶ୍ୱ ଏବଂ ଗଲଓ୍ବାନର କେତେକ ଅଞ୍ଚଳରୁ ସୈନ୍ୟ ପ୍ରତ୍ୟାହାର ନିଷ୍ପତ୍ତି ହୋଇଥିଲା। ମୋଟାମୋଟି ଭାବେ ଦ୍ୱିପାକ୍ଷିକ ସମ୍ପର୍କରେ ଉନ୍ନତି ପାଇଁ ଲଦାଖ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଭାରତ କ୍ରମାଗତ ଭାବେ ଜୋର୍‌ ଦେଇଆସିଛି। ଏହା ସତ୍ତ୍ୱେ ଚାଇନା ସୈନ୍ୟମାନେ ଅନେକ ସମୟରେ ସ୍ଥିତିକୁ ଅଧିକ ଜଟିଳ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri