Posted inଜାତୀୟ

୧୩୨ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୯।୯ (ପି.ଟି.): ୨୦୨୧ ବର୍ଷରେ ମାନବ ବିକାଶ ସୂଚକାଙ୍କ (ଏଚ୍‌ଡିଆଇ)ରେ ଭାରତ ୧୯୧ ଦେଶ ମଧ୍ୟରେ ୧୩୨ତମ ସ୍ଥାନରେ ରହିଛି। ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ପକ୍ଷରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। ଗତବର୍ଷ ଭାରତର ଏଚ୍‌ଡିଆଇ ମୂଲ୍ୟ ୦.୬୩୩ ରହିଛି ଯାହା ୨୦୨୦ରେ ୦.୬୪୫ ରହିଥିଲା। ସେହିବର୍ଷ ଭାରତ ମାନବ ବିକାଶ ସୂଚକାଙ୍କରେ ୧୮୯ ଦେଶ ମଧ୍ୟରେ ୧୩୧ତମ ସ୍ଥାନରେ ରହିଥିଲା। ରିପୋର୍ଟକୁ ଦେଖିଲେ ଭାରତ ମଧ୍ୟମ ମାନବ ବିକାଶ ବର୍ଗରେ ରହିଛି। ୨୦୧୯ରେ ଭାରତୀୟଙ୍କ ହାରାହାରି ଆୟୁଷ ୬୯.୭ ବର୍ଷ ଥିବାବେଳେ ୨୦୨୧ରେ ତାହା ୬୭.୨ ବର୍ଷକୁ ହ୍ରାସ ପାଇଛି। ଦେଶରେ ସ୍କୁଲ୍‌ ଶିକ୍ଷାର ବାଞ୍ଛିତ ବର୍ଷ ୧୧.୯ ବର୍ଷ ହୋଇଥିବାବେଳେ ପିଲାମାନେ ସ୍କୁଲରେ ହାରାହାରି ୬.୭ ବର୍ଷ ପୂରଣ କରୁଥିବା ରିପୋର୍ଟରୁ ଜଣାପଡ଼ିଛି। ଅର୍ଥାତ୍‌ ଅନେକ ପିଲା ସ୍କୁଲ ଶିକ୍ଷା ସମ୍ପୂର୍ଣ୍ଣ ନ କରି ଅଧାରୁ ପାଠ ଛାଡ଼ୁଛନ୍ତି। ମାନବ ବିକାଶର ମୁଖ୍ୟ ଅଙ୍ଗ ହେଉଛି ସ୍ବାସ୍ଥ୍ୟ, ଶିକ୍ଷା ଓ ହାରାହାରି ଆୟ। ଏଥିରେ ୫ ବର୍ଷର ଅଗ୍ରଗତି ପରେ ଗତ ଦୁଇବର୍ଷ (୨୦୨୦ ଏବଂ ୨୦୨୧)ରେ ଅବନତି ଘଟିଛି। ବିଶ୍ୱସ୍ତରରେ ଶିକ୍ଷା, ସ୍ବାସ୍ଥ୍ୟ ଓ ଆୟରେ ହ୍ରାସ ଯୋଗୁ ୩୨ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମାନବ ବିକାଶରେ ଅବନତି ଦେଖାଯାଇଥିବା ରିପୋର୍ଟରେ କୁହାଯାଇଛି। ବିଶ୍ୱ ସ୍ତରରେ ହାରାହାରି ଆୟୁ ୨୦୧୯ରେ ୭୨.୮ ବର୍ଷ ଥିବାବେଳେ ୨୦୨୧ରେ ତାହା ୭୧.୪ ବର୍ଷକୁ ହ୍ରାସ ପାଇଛି। ଗୋଟିଏ ପରେ ଗୋଟିଏ ସଙ୍କଟ ଏବଂ ଅନିଶ୍ଚିତତା କାରଣରୁ ସାରା ବିଶ୍ୱରେ ମାନବ ବିକାଶ ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri