ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ପ୍ରଫେସର ଉଦୟନାଥ ସାହୁ

ଭୁବନେଶ୍ୱର,୯।୯ (ବ୍ୟୁରୋ): ଗବେଷକ, ସମାଲୋଚକ ତଥା ସାହିତି୍ୟକ ପ୍ରଫେସର ଉଦୟନାଥ ସାହୁ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଓଡ଼ିଆ, ବଙ୍ଗଳା ଓ ଅସମୀୟା ଭାଷାରେ ଲିଖିତ ମହାଭାରତ ଓ ଶ୍ରୀମଦ୍‌ ଭାଗବତର ତୁଳାତ୍ମକ ଅଧ୍ୟୟନ ନିମିତ୍ତ ସେ ଏହି ଗୌରବ ଲାଭ କରିଛନ୍ତି। ଚଳିତ ମାସ ୭ ତାରିଖରେ ପ୍ରଫେସର ସାହୁଙ୍କୁ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ ପକ୍ଷରୁ ଫଳକ ଓ ପ୍ରଶଂସାପତ୍ର ମିଳିଛି। ଏହି ସ୍ବିକୃତି ହାସଲ କରିବାରେ ସେ ହେଉଛନ୍ତି ପ୍ରଥମ ଓଡ଼ିଆ ସାହିତି୍ୟକ। ପ୍ରଫେସର ସାହୁ ହେଉଛନ୍ତି ନୟାଗଡ଼ ଜିଲା ରଣପୁର ବ୍ଲକ୍‌ ସାନକିଲୋ ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁ ଓ ତାରା ଦେଈଙ୍କର ଜ୍ୟେଷ୍ଠପୁତ୍ର। ସେ ଏବେ ନୂଆଦିଲ୍ଲୀର ଜବାହାରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟର ଭାରତୀୟ ଭାଷା କେନ୍ଦ୍ରରେ ଆଦିକବି ସାରଳା ଦାସ ଚେୟାରର ପ୍ରଥମ ପ୍ରଫେସର ଭାବେ ଦାୟିତ୍ୱ ତୁଲାଉଛନ୍ତି। କେବଳ ପ୍ରାଚୀନ କିମ୍ବା ମଧ୍ୟଯୁଗୀୟ ଓଡ଼ିଆ ସାହିତ୍ୟ ନୁହେଁ, ବରଂ ଆଧୁନିକ ସାହିତ୍ୟ, ଫକୀରମୋହନ ସାହିତ୍ୟ ସମ୍ପର୍କରେ ରଚିତ ତାଙ୍କର ଗବେଷଣା ପୁସ୍ତକ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଛି। ତାଙ୍କ ଦ୍ୱାରା ରଚିତ ଗ୍ରନ୍ଥଗୁଡିକ ମଧ୍ୟରେ ପୂର୍ବ-ଭାରତୀୟ ମହାଭାରତ ପରମ୍ପରା, ସାରଳା ମହାଭାରତ ସୃଷ୍ଟିର ଭୂମିପର୍ବ, ପୂର୍ବ-ଭାରତୀୟ ଭାଗବତ ପରମ୍ପରା ଓ ଭକ୍ତି ଆନ୍ଦୋଳନ, ସାରଳା ମହାଭାରତର ମନ୍ତ୍ରୀ ଓ ସେନାପତି, ଭାଗବତର ଭାବଭୂମି, ଭାଗବତର ସୃଷ୍ଟି ସୌରଭ ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri