ଜବାବ ଦାଖଲ ପାଇଁ ଅଧିକ ସମୟ ନେଲେ ସରକାର

କଟକ ଅଫିସ/ପୁରୀ ଅଫିସ,୯ା୯: ପୁରୀ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି। ଏଥିସହ ଜବାବ ଦାଖଲ କରି ନ ଥିବା ପ୍ରତିପକ୍ଷଙ୍କୁ ୮ ସପ୍ତାହ ଭିତରେ ଜବାବ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ଜବାବ ଦାଖଲ ଲାଗି ରାଜ୍ୟ ସରକାର ଅଧିକ ସମୟ ନେଇଛନ୍ତି। ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ଏଥିପାଇଁ ଅନୁମତି ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୩୦କୁ ଧାର୍ଯ୍ୟ ହୋଇଛି।
ସୂଚନାଯୋଗ୍ୟ, ବଗଲା ଧର୍ମଶାଳାକୁ ହୋଟେଲ୍‌ ଓ ଲଜ୍‌ ଉଦ୍ଦେଶ୍ୟରେ ଦିଆଯିବା ଘଟଣାକୁ ଦୃଢ଼ ବିରୋଧ କରି ହାଇକୋର୍ଟରେ ଏକାଧିକ ଆବେଦନ ହୋଇଛି। ଆବେଦନରେ ଦର୍ଶାଯାଇଛି ଯେ, ଶ୍ରୀମନ୍ଦିର ସଂସ୍କାର ମାମଲାରେ ସର୍ବୋଚ୍ଚ ଅଦାଲତ ପୁରୀରେ ୬୦ହଜାର ଭକ୍ତଙ୍କ ରହିବା ପାଇଁ ବନ୍ଦୋବସ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଏହା ନ କରି ପରିକ୍ରମା ପ୍ରକଳ୍ପରେ ଜାଗା ହରାଇଥିବା ପରିବାରଙ୍କୁ ସେଠାରେ ଜାଗା ଦେଇଥିଲେ। ସେମାନେ ସେଠାରେ ହୋଟେଲ୍‌ ଓ ଲଜ୍‌ କରିବାକୁ ମସୁଧା ଚଳାଇଛନ୍ତି। ବଗଲା ବିବାଦ ମାମଲାରେ ମୁଖ୍ୟ ଶାସନ ସଚିବ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି। ପୂର୍ବରୁ ଦୁଇଟି ଶୁଣାଣିରେ ରାଜ୍ୟ ସରକାର, ପୁରୀ ପୌରସଂସ୍ଥା, ଓଡ଼ିଶା ସେତୁ ନିର୍ମାଣ ନିଗମ (ଓବିସିସି) ଏବଂ ପୁରୀ-କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ (ପିକେଡିଏ)ଙ୍କୁ ସତ୍ୟପାଠ ଦାଖଲ ଲାଗି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ସେମାନେ ସତ୍ୟପାଠ ଦାଖଲ କରିପାରି ନ ଥିଲେ। ତେଣୁ ସେମାନେ ଏଥିଲାଗି ଅଧିକ ସମୟ ମାଗିଛନ୍ତି। ସେହିପରି ଗୁରୁବାର ଶୁଣାଣି ସମୟରେ ଆବେଦନକାରୀ ଜଗନ୍ନାଥ ବସ୍ତିଆଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ, ସଂଶୋଧନ ଆବେଦନ ଉପରେ ଜବାବ ରଖିବାକୁ ସରକାରଙ୍କୁ ମେ’ ୨ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏଥିଲାଗି ସରକାର ଜୁନ ୨୨ରେ ୪ ସପ୍ତାହ ସମୟ ନେଇଥିଲେ। ମାତ୍ର ଜବାବ ଦାଖଲ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri