ଘର ସହାୟତା ଅପେକ୍ଷାରେ ବନ୍ୟା ବିପନ୍ନ

ଗୋପ,୯।୯(ଡି.ଏନ୍‌.ଏ.): ବନ୍ୟା ଛାଡ଼ିବାର ଦୁଇ ସପ୍ତାହ ପୂରିଛି। ହେଲେ ବିପନ୍ନଙ୍କ ଦୁଃଖ ସରିନି। କେତେକଙ୍କ ଘର ବନ୍ୟା ପାଣିରେ ଭାଙ୍ଗି ଯାଇଛି। ଏପରି ଏକ ଦୁଃଖଦ ସମୟରେ ଗୋପ ବ୍ଲକ ଉପାଧ୍ୟକ୍ଷ ବନରଞ୍ଜନ ପଟ୍ଟନାୟକ ବିପନ୍ନଙ୍କ ଘର ବୁଲି ଦେଖିବା ସହ ସେମାନଙ୍କ ଦୁଃଖରେ ସାମିଲ ହୋଇଛନ୍ତି। ଏଥିସହ ସରକାର ଆବାସ ଯୋଜନା ମାଧ୍ୟମରେ ବିପନ୍ନଙ୍କୁ ତୁରନ୍ତ ଘର ଯୋଗାଇ ଦେବାକୁ ଗଣମାଧ୍ୟମ ସମ୍ମୁଖରେ ବ୍ୟକ୍ତିଗତ ଭାବେ ଦାବି କରିଛନ୍ତି। ସବୁ ବର୍ଷ ଧନୁଆ ନଦୀର ବନ୍ୟା ଦାଉରୁ ରକ୍ଷା ପାଇଁ ସରକାର ସ୍ଥାୟୀ ପ୍ରତିକାର କରନ୍ତୁ ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଗୋପ ବ୍ଲକର ୫ ପଞ୍ଚାୟତ ବନ୍ୟାପ୍ଳାବିତ ପଞ୍ଚାୟତ ଭାବେ ପ୍ରତ୍ୟେକ ବର୍ଷ ଧନୁଆ, କୁଶଭଦ୍ରା ନଦୀ ବନ୍ୟାଜଳରେ ହଜାର ହଜାର ଲୋକ, ଚାଷୀ କ୍ଷତିଗ୍ରସ୍ତ ହେଉଛନ୍ତି। ଚଳିତ ବନ୍ୟାଜଳ ଯୋଗୁ କୁଶଭଦ୍ରା ନଦୀର ଖଣ୍ତିଆକୁଦ ନିକଟରେ ଏକ ୩୦ ଫୁଟ ଲମ୍ବର ଘାଇ ସୃଷ୍ଟି ହୋଇଥିଲା। ଫଳରେ ୪୧ ଗାଁର ୨୯ହଜାର ୭୮୧ ଲୋକ ଦୀର୍ଘ ଗୋଟିଏ ସପ୍ତାହ ଧରି ଜଳବନ୍ଦୀରେ ରହିଥିଲେ। ଏଥିସହ ବ୍ଲକର ୧୧ ପଞ୍ଚାୟତର ୫୨ ଗାଁର ୩ ହଜାର ୧୨୩ ହେକ୍ଟର ଚାଷଜମି ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କୃଷି ବିଭାଗର ଅତିରିକ୍ତ କୃଷି ଅଧିକାରୀ ଚନ୍ଦ୍ରଶେଖର ଦାସ ସୂଚନା ଦେଇଥିଲେ। ଅନ୍ୟପଟେ ଉପାଧ୍ୟକ୍ଷ ପଟ୍ଟନାୟକ ସ୍ବାସ୍ଥ୍ୟକେନ୍ଦ୍ର ଖୋଲି ବିପନ୍ନଙ୍କୁ ଶୁଖିଲା ଖାଦ୍ୟ, ରନ୍ଧାଖାଦ୍ୟ ଏବଂ ବିଭିନ୍ନ ସେବା ଯୋଗାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri