କାମରେ ଆସୁନି ମେଗାଲିଫ୍ଟ ପାଇପ୍‌ ଲାଇନ

କୋକସରା,୯।୯(ଡି.ଏନ.ଏ.): ଇନ୍ଦ୍ରାବତୀ ମେଗାଲିଫ୍ଟ ପାଇପ ଲାଇନ ପାଣି ଯୋଗାଣ କାମରେ ଆସୁନାହିଁ। ଏହାର ପ୍ରତିବାଦରେ କଳାହାଣ୍ଡି ଜିଲା କୋକସରା ବ୍ଲକର କାଶୀବାହାଲ, ଡହଗାଁ ଓ ଡ଼ଙ୍ଗରୀଗୁଡା ଗ୍ରାମର ଚାଷୀମାନେ ଗୁରୁବାର କୁସୁମଖୁଣ୍ଟି ଇନ୍ଦ୍ରାବତୀ ଉଠା ମୁଖ୍ୟବନ୍ଧ ବିଭାଜନ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନାଅନୁସାରେ, ମେଗାଲିଫ୍ଟ କେନାଲ କାର୍ଯ୍ୟକାରୀ ହୋଇ ପ୍ରାୟ ୨ ବର୍ଷ ହୋଇଯାଇଛି। ହେଲେ ଆରମ୍ଭରୁ ହିଁ ଜଳଯୋଗାଣ ପରିଚାଳନାରେ ଅନିୟମିତତା ହୋଇଥିବା ଅଞ୍ଚଳର ଚାଷୀମାନେ ଅଭିଯୋଗ କରୁଛନ୍ତି। ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ ଅନେକ ଭୂତଳ ପଏଣ୍ଟରେ ପାଣି ଆସୁନାହିଁ। ଫଳରେ ଚାଷୀ କେନାଲ ପାଣି ଚାଷଜମିକୁ ଲଗାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ମେଗାଲିଫ୍ଟ୍ଟ କେନାଲ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିକଟରେ କୋକସରା ବ୍ଲକରେ ଏକ ଚାଷୀ ସଚେତନତା କର୍ମଶାଳା କରି ଚାଷୀଙ୍କ ସମସ୍ତ ଅଭିଯୋଗକୁ ସମାଧାନ କରିବା ପାଇଁ ମୁଖୀଗୁଡା ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ସମେତ କୁସୁମଖୁଣ୍ଟି ନିର୍ବାହୀ ଯନ୍ତ୍ରୀ ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ହେଲେ ଅଧିକାରୀଙ୍କ ପ୍ରତିଶ୍ରୁତି ପାଣିର ଗାର ପାଲଟିଛି। ବ୍ଲକରେ ୧୧ ହଜାର ହେକ୍ଟର ଜମି ପାଇଁ ଜଳ ସେଚନର ବ୍ୟବସ୍ଥା ରହିଥିବା ବେଳେ ଅଧିକାଂଶ ଚାଷଜମି ଜଳସେଚନରୁ ବାଦପଡିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଧାରଣାରେ କାଶୀବାହାଲ ଗ୍ରାମର ଚାଷୀ କିଶୋର ଚନ୍ଦ୍ର ନାଏକ, ଦେବେନ୍ଦ୍ର ଚଣ୍ଡି, ଚୈତନ୍ୟ ନାଏକ, ସନ୍ତୋଷ ଚଣ୍ଡି, ଏକାରାମ ଗହୀର, ଯୁଗେ ନାଗ, ଦେବେନ୍ଦ୍ର ଭଇଁସାଲ, ରାହାସ ନାଏକ, ,ସୁଧାଂଶୁ ନାଏକ, ଅମର ମାଝି ଓ ଡହଗାଁ ଗ୍ରାମର ଚାଷୀ ଭିଙ୍ଗରାଜ ନାଗ, ବିପିନ ବିହାରୀ ନାଗ, ଚିତରୁ ନାଗ, ଜିତେନ୍ଦ୍ର କେତକୀ, ଉମାକାନ୍ତ ପୂଝାରୀ ପ୍ରମୁଖ ସାମିଲ ହୋଇଥିଲେ। ଏ ନେଇ ଏସ୍‌ଡିଓ ଅରୁଣ କୁମାର ପ୍ରଧାନ କ୍ଷେତ୍ର ପରିଦର୍ଶନ କରି ଶୁକ୍ରବାର ମରାମତି ହେବ ବୋଲି ପ୍ରତିଶ୍ରୁତି ଦେବାରୁ ଚାଷୀମାନେ ଧାରଣାରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ରୁବେଲା ଭାଇରସ୍‌ ରୋଗୀ ଚିହ୍ନଟ

ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ...

ମଜଭୁତ ହେଉଛି ବିଜେଡି: ମିଶ୍ରଣ ପର୍ବରେ କଂଗ୍ରେସର ଅନେକ କର୍ମୀ ଦଳରେ ସାମିଲ

ଦାରିଙ୍ଗବାଡି, ୮।୫ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବିଜେଡି କାର୍ଯ୍ୟାଳୟରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବ୍ଲକ କିରିକୁଟି ପଞ୍ଚାୟତ...

ଆଜି ୬ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୮।୫: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିପାଇଁ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ସା ୬ଟାରୁ ରାତି ୧୨ଟା ଯାଏ ସାଧାରଣ ଦର୍ଶନ...

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri