Posted inଜାତୀୟ

‘କର୍ତ୍ତବ୍ୟ ପଥ’ ନାମକରଣକୁ ସ୍ବାଗତ କଲେ କଂଗ୍ରେସ ବିଧାୟକ

ଶିମ୍‌ଲା,୯।୯: ହିମାଚଳ ପ୍ରଦେଶର ଶିମଲା ଗ୍ରାମ୍ୟର କଂଗ୍ରେସ ବିଧାୟକ ବିକ୍ରମଦିତ୍ୟ ସିଂ ମୋଦି ସରକାରଙ୍କ ଦ୍ୱାରା ଦିଲ୍ଲୀର ରାଜପଥର ନାମ ପରିବର୍ତ୍ତନକୁ ସ୍ବାଗତ କରିଛନ୍ତି। ୟ ଫେସବୁକ ପୋଷ୍ଟରେ ସେ ଲେଖିଛନ୍ତି, ରାଜପଥରୁ କର୍ତ୍ତବ୍ୟ ପଥ ନାମ ପରିବର୍ତ୍ତନ କରିବା ଏକ ସ୍ବାଗତଯୋଗ୍ୟ ନିଷ୍ପତ୍ତି।
ସ୍ବର୍ଗତ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ବିରଭଦ୍ର ସିଂ ଏବଂ ରାଜ୍ୟ କଂଗ୍ରେସ ସଭାପତି ପ୍ରତିଭା ସିଂଙ୍କ ପୁଅ ବିକ୍ରମଦିତ୍ୟ ଲେଖିଛନ୍ତି, ବ୍ରିଟିଶ ଶାସନ ଚାଲିଯାଇଛି, ପ୍ରତ୍ୟେକ କୋଠାରେ ସେମାନଙ୍କ ନାମ ମଧ୍ୟ ପରିବର୍ତ୍ତନ କରାଯିବା ଉଚିତ।
ଶହେ ବର୍ଷର ଇତିହାସରେ ତୃତୀୟ ଥର ପାଇଁ ରାଜପଥର ନାଁ ପରିବର୍ତ୍ତନ କରାଯାଇଛି। ପ୍ରଥମେ ଏହି ରାସ୍ତାକୁ କିଙ୍ଗ୍ସ ୱେ ବୋଲି କୁହାଯାଉଥିଲା। ଦେଶ ସୱାଧୀନ ହେବା ପରେ ୧୯୫୫ରେ ଏହାର ନାଁ ବଦଳାଯାଇ ରାଜପଥ ରଖାଯାଇଥିଲା। ଆଉ ଏବେ ଏହାର ନାଁ କର୍ତ୍ତବ୍ୟପ ଥକୁ ପରିବର୍ତ୍ତନ କରାଯାଇଛି। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ସ୍ବାଧୀନତା ଦିବସ ଦିନ ମଧ୍ୟ ସୂଚନା ଦେଇଥିଲେ। ସେହିପରି ଇଣ୍ଡିଆ ଗେଟ କର୍ତ୍ତବ୍ୟ ପଥରେ ତିଆରି କରାଯାଇଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୨୮ ଫୁଟ ଉଚ୍ଚ ପ୍ରତିମୂର୍ତ୍ତିକୁ ମଧ୍ୟ ମୋଦି ଅନାବରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

ପ୍ରତିଦିନ ଓଡ଼ିଶାରୁ ଖଣି ଲୁଟୁଛନ୍ତି

ଭୁବନେଶ୍ୱର, ୨୦।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାର ବିକାଶ ଲାଗି ପ୍ରସ୍ତୁତ କରୁଥିବା ଯୋଜନା ମଧ୍ୟରୁ ମୁଖ୍ୟତଃ ଖଣି ରାଜସ୍ବ ଉପରେ ସର୍ବାଧିକ ନିର୍ଭର କରିଥାଆନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri