ଉଚ୍ଛେଦ ବେଳେ ପୋଲିସକୁ ଆକ୍ରମଣ: ୫ ଗିରଫ

ରଘୁନାଥପୁର,୧୦ା୯(ଡି.ଏନ୍‌.ଏ.): ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ରଘୁନାଥପୁର ତହସିଲ ଅନ୍ତର୍ଗତ ଧରାଧରପୁର ପଞ୍ଚାୟତସ୍ଥିତ ଭାସିଲପୁର ଗ୍ରାମ୍ୟ ରାସ୍ତାରୁ ଜବରଦଖଲ ଉଚ୍ଛେଦ ହୋଇଛି। ଏହି ସମୟରେ ତହସିଲ୍‌ଦାରଙ୍କ ଉପସ୍ଥିତିରେ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରାଯାଇଛି। ଏନେଇ ତହସିଲଦାର ରୂପାଲିକା ଦାଶ ରଘୁନାଥପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ୫ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଛି ବୋଲି ଆଇଆଇସି ରାଜକିଶୋର ବେହେରା ପ୍ରକାଶ କରିଛନ୍ତି। ସେମାନେ ହେଲେ ଏହି ଥାନା ଅନ୍ତର୍ଗତ ଫକୀର ଭୋଇଙ୍କ ସ୍ତ୍ରୀ ଚିତା ଭୋଇ, କିଶନନଗର ଥାନା ଅନ୍ତର୍ଗତ ବାଲିସୁକୁରିର ଅଞ୍ଜଳି ଭୋଇ, ସାରଳା ଭୋଇ ଏବଂ କମରପଦା ଗ୍ରାମର ମଙ୍ଗଳା ଭୋଇ, ମନୋଜ ଭୋଇ। ଅଭିଯୋଗ ଅନୁଯାୟୀ, ଭାସିଲପୁର ଗ୍ରାମର ନଣ୍ଡା ଭୋଇ ଘର ପାଖରୁ ମଥୁରା ଭୋଇ ଘର ପର୍ଯ୍ୟନ୍ତ ଗ୍ରାମ୍ୟ ରାସ୍ତାକୁ କେତେଜଣ ଲୋକ ଜବରଦଖଲ କରି ରଖିଥିଲେ। ଏ ସମ୍ପର୍କରେ ତହସିଲ କାର୍ଯ୍ୟାଳୟରେ ଅଭିଯୋଗ ହେବା ସତ୍ତ୍ୱେ ମଧ୍ୟ ଜବରଦଖଲକାରୀ କର୍ଣ୍ଣପାତ କରି ନ ଥିଲେ। ଫଳରେ ଗ୍ରାମବାସୀଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ କରାଯାଇଥିଲା। ଡବ୍ଲୁପି(ସି)ନଂ.୨୭୨୬୧/୨୦୨୧ ଅନୁଯାୟୀ, ହାଇକୋର୍ଟ ଉକ୍ତ ଜବରଦଖଲ ରାସ୍ତାକୁ ଉନ୍ମୁକ୍ତ କରିବା ପାଇଁ ରଘୁନାଥପୁର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶ ମୁତାବକ, ଶୁକ୍ରବାର ତହସିଲଦାର ଦାଶ, ଅତିରିକ୍ତ ତହସିଲଦାର ପ୍ରିୟଦର୍ଶୀ ସଂଗ୍ରାମକେଶରୀ ଖୁଣ୍ଟିଆ, ଅରଙ୍ଗ ଆର୍‌ଆଇ ପ୍ରଜ୍ଞା ପାରମିତା କୁଅଁର ସେଠାରେ ପହଞ୍ଚତ୍ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଥିଲେ। ଆଇଆଇସି ବେହେରା ପୋଲିସ ଫୋର୍ସ ସହ ଉପସ୍ଥିତ ଥିଲେ। ଉଚ୍ଛେଦ ସମୟରେ ଅଭିଯୁକ୍ତା ଚିତା ମେଶିନ ଆଗରେ ଶୋଇ କାର୍ଯ୍ୟରେ ବାଧା ଉପୁଜାଇଥିଲେ। ନିୟୋଜିତ ମହିଳା ପୋଲିସ ତାଙ୍କୁ ଉଠାଇବା ସମୟରେ ସେ ଜଣେ ମହିଳା ପୋଲିସ କର୍ମଚାରୀଙ୍କ ହାତକୁ କାମୁଡ଼ି ଦେଇଥିଲେ। ଏହାଛଡ଼ା ଫକୀରଙ୍କ ସମ୍ପର୍କୀୟ ଓ ବନ୍ଧୁବାନ୍ଧବମାନେ ପୋଲିସ ଉପରେ ଆକ୍ରମଣ କରିଥିଲେ। ଅଭିଯୋଗ ପରେ ପୋଲିସ ପକ୍ଷରୁ ମାମଲା (ନଂ.୧୬୮/୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri