ପାକିସ୍ତାନ ବନ୍ୟାରେ ୩୦ ବିଲିୟନ ଡଲାର କ୍ଷତି

ଇସ୍‌ଲାମାବାଦ,୧୦।୯: ପାକିସ୍ତାନରେ ଲଗାଣ ବର୍ଷା ଜନିତ ପ୍ରଳୟଙ୍କରୀ ବନ୍ୟାରେ ୩୦ ବିଲିୟନ ଡଲାର ମୂଲ୍ୟର କ୍ଷୟକ୍ଷତି ହୋଇଥିବା ସରକାର ଆକାଳନ କରିଛନ୍ତି। ଶୁକ୍ରବାର ବନ୍ୟାଞ୍ଚଳ ଗସ୍ତରେ ଆସିଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ପାକିସ୍ତାନକୁ ପର୍ଯ୍ୟାପ୍ତ ସହାୟତା ଯୋଗାଇଦେବା ଲାଗି ସାରା ବିଶ୍ୱକୁ ଅନୁରୋଧ କରିଛନ୍ତି। ରେକର୍ଡ ପରିମାଣର ମୌସୁମୀ ବର୍ଷା ସାଙ୍ଗକୁ ଉତ୍ତରାଞ୍ଚଳ ପର୍ବତରେ ଥିବା ଗ୍ଲେସିୟର ତରଳିବାରୁ ପାକିସ୍ତାନର ବ୍ୟାପକ ଅଞ୍ଚଳରେ ବନ୍ୟାପ୍ଳାବିତ ହୋଇଥିଲା। ଏଥିରେ ୧,୩୯୧ ଜଣଙ୍କ ମୃତ୍ୟୁ ଘଟିବା ସହ ବହୁ ଘରଦ୍ୱାର, ରାସ୍ତା, ରେଳଧାରଣା, ବ୍ରିଜ୍‌ ଭାଙ୍ଗିଛି। ବ୍ୟାପକ ଅଞ୍ଚଳରେ ଫସଲ ନଷ୍ଟ ହେବା ସହ ବହୁ ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ହୋଇଛି। ଏବେ ବି ବହୁ ଅଞ୍ଚଳ ଜଳମଗ୍ନ ଥିବାରୁ ଲକ୍ଷ ଲକ୍ଷ ଲୋକ ବାସହରା ହୋଇ ବିଭିନ୍ନ ସ୍ଥାନରେ ଆଶ୍ରୟ ନେଇଛନ୍ତି। ବନ୍ୟାରେ ୩୩ ନିୟୁତ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ବନ୍ୟା ପାଇଁ ପାକ୍‌ ସରକାର ଏବଂ ଜାତିସଂଘ ମୁଖ୍ୟ ଜଳବାୟୁ ପରିବର୍ତ୍ତନକୁ ଦାୟୀ କରିଛନ୍ତି। ଦୁଇଦିନିଆ ଗସ୍ତରେ ଆସିଥିବା ଗୁଟେରେସ୍‌ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ସହ ଆଲୋଚନା ପରେ ଇସ୍‌ଲାମାବାଦରେ ଏକ ମିଳିତ ଖବରଦାତା ସମ୍ମିଳନୀରେ ଅନ୍ତର୍ଜାତୀୟ ସମୁଦାୟଙ୍କୁ ସହାୟତା ପାଇଁ ନିବେଦନ କରିଥିଲେ। ଯେଉଁ ଦେଶଗୁଡ଼ିକ ଜଳବାୟୁ ପରିବର୍ତ୍ତନ ଲାଗି ଦାୟୀ ସେମାନଙ୍କ ଉପରେ ପ୍ରକୃତି ଦାଉ ସାଧିବା ପରିବର୍ତ୍ତେ ପାକିସ୍ତାନ ଭଳି ଦେଶରେ ବିପର୍ଯ୍ୟୟ ଘଟାଉଛି ବୋଲି ଗୁଟେରେସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri