ବୃଦ୍ଧାଙ୍କୁ ହତ୍ୟା କରି ସୁନା ଅଳଙ୍କାର, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି କଲେଜ ଛକ ନିକଟ ଗଡ଼ସାହିରେ ଶନିବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଜଣେ ବୃଦ୍ଧାଙ୍କୁ ଶୋଇଥିବା ଅବସ୍ଥାରେ ହତ୍ୟାକରି ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି ସୁନା ଅଳଙ୍କାର ଓ ନଗଦ ଟଙ୍କା। ବୃଦ୍ଧା ଜଣକ ହେଲେ ରାମେୟା ପାତ୍ରଙ୍କ ସ୍ତ୍ରୀ ଆଦି ପାତ୍ର। ସବୁଦିନ ପରି ରାତିରେ ଖାଇବା ସାରି ଘର ବାହାରେ ଥିବା ଗୁହାଳ ଘରେ ଶୋଇଥିଲେ ରାମେୟା। ଘର ଭିତରେ ଶୋଇଥିଲେ ଆଦି ପାତ୍ର। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବାଡ଼ିପଟ କବାଟ ଭାଙ୍ଗି ଘର ଭିତରେ ପଶିଥିଲେ। ଘର ଭିତରେ ଥିବା ସମସ୍ତ ଆସବାବପତ୍ର ଖୋଜାଖୋଜି କରି ଫିଙ୍ଗା ଫୋପଡ଼ା କରିବା ସହ ଟ୍ରଙ୍କରେ ଥିବା ପ୍ରାୟ ୫୦ ହଜାର ଟଙ୍କା ଲୁଟି ନେବା ସହ ଶୋଇଥିବା ବୃଦ୍ଧାଙ୍କୁ ମାଡ଼ି ବସି ତାଙ୍କର ମୁଣ୍ଡକୁ ଛେଚି ମାରିଦେବା ସହ ସେ ବେକରେ ପିନ୍ଧିଥିବା ସୁନା ଖାସୁ ମାଳି,କାନକୁ କୌଣସି ଧାରୁଆ ଅସ୍ତ୍ରରେ କାଟି ସୁନା କାନଫୁଲ, ନାକକୁ କାଟି ସୁନା ଦଣ୍ଡି ପ୍ରଭୃତି କାଟି ନେଇଯାଇଛନ୍ତି। ଭୋର୍‌ରେ ରାମେୟା ନିଦରୁ ଉଠି ଘର ଭିତରକୁ ଗଲା ବେଳେ ସ୍ତ୍ରୀଙ୍କ ରାକ୍ତାକ୍ତ ମୃତଦେହ ଘରେ ପଡ଼ିଥିବା ଦେଖି ସାହି ପଡ଼ୋଶୀଙ୍କୁ ଡାକ ପକାଇଥିଲେ। ଖବରପାଇ ଅପର୍ତ୍ତିିନଗର ସାହିରେ ରହୁଥିବା ପୁଅ ସାହେବ ପାତ୍ର ଘରେ ପହଞ୍ଚି ପୋଲିସକୁ ଖବର ଦେଇଥିଲେ। ଚିକିଟି ଏସ୍‌ଡିପିଓ କୃଷ୍ଣଚନ୍ଦ୍ର ଭତ୍ରା,ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତିରଞ୍ଜନ ବେହେରା,କେ.ନୂଆଗାଁ ଆଇଆଇସି ମୃତ୍ୟୁଞ୍ଜୟ ସ୍ବାଇଁ ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରିଥିଲେ। ପରେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରାଯାଇଥିଲା। ବୃଦ୍ଧାଙ୍କ ପୁଅ ସାହେବ ପାତ୍ରଙ୍କ ଏତଲା କ୍ରମେ କେସ ନଂ. ୩୨୪/ ୨୨ ଅନୁଯାୟୀ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଯାଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ମୃତଦେହ ଗ୍ରାମରେ ପହଞ୍ଚିବା ପରେ ଗାଁ ଶ୍ମଶାନରେ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡ଼ିଛି। ବୃଦ୍ଧାଙ୍କ ଝିଅ ଜ୍ବାଇଁ ସୁରଟରେ ରୁହନ୍ତି। ଝିଅ କିଛିଦିନ ପୂର୍ବେ ମାଆଙ୍କୁ ଟଙ୍କା ପଠାଇଥିଲେ। ସେ ତାଙ୍କ ଗାଁରେ କିଛି ବ୍ୟକ୍ତିଙ୍କୁ ସୁଧ ପାଇଁ ଟଙ୍କା ଋଣ ଦେଉଥିଲେ ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ସୂଚନା ପାଇଛି। ପୋଲିସ ରକ୍ତଭିଜା ଲୁଗା ଜବତ କରି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri