ମହିଳା ନିର୍ଯାତନାରେ ୧ ନମ୍ବର: ଗର୍ଜିଲା ଭାଜପା ମହିଳା ମୋର୍ଚ୍ଚା

ଜୁନାଗଡ଼,୧୧।୯(ଡି.ଏନ.ଏ.) ଏନ୍‌ସିଆର୍‌ବି ରିପୋର୍ଟ ୨୦୨୧ ଅନୁଯାୟୀ ମହିଳା ନିର୍ଯାତନାରେ ଓଡିଶା ୧ ନମ୍ବର ସ୍ଥାନ ରହିଥିବାରୁ ରାଜ୍ୟ ସରକାରଙ୍କ ବିରୋଧରେ ଭାଜପା ଜିଲା ମହିଳା ମୋର୍ଚ୍ଚା ପକ୍ଷରୁ ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପରେ ମା’ ଲଙ୍କେଶ୍ୱରୀ ମନ୍ଦିରରୁ ଦଳୀୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା କରାଯାଇଥିଲା। ଗଁାକୁ କାମ, ମା’ଙ୍କୁ ସମ୍ମାନ କହି ରାଜ୍ୟ ସରକାର ଡିଣ୍ଡିମ ପିଟୁଥିବାବେଳେ ଏହା କ’ଣ ତାହାର ବାସ୍ତବିକ ଚିତ୍ର ବୋଲି ମହିଳା ମୋର୍ଚ୍ଚା ପ୍ରଶ୍ନ ଉଠାଇଛି।

ବିଜେଡି ଶାସନରେ ମହିଳାମାନେ ବିପଦରେ ରହିଛନ୍ତି, ଯାହାର ଉଦାହରଣ ଏନ୍‌ସିଆରବି ରିପୋର୍ଟରୁ ଜଳଜଳ ହୋଇ ଦେଖାଯାଉଛି। ମହିଳାମାନଙ୍କୁ ଯଦି ରାଜ୍ୟ ସରକାର ସୁରକ୍ଷା ପ୍ରଦାନ ନ କରନ୍ତି, ତାହା ହେଲେ ଆଗାମୀ ଦିନରେ ଭାଜପା ମହିଳା ମୋର୍ଚ୍ଚା ଜିଲା ସମେତ ରାଜ୍ୟ ବ୍ୟାପି ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛନ୍ତି। ଜିଲା ସଭାନେତ୍ରୀ ନିରୁପମା ନାଏକଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ଉପସଭାନେତ୍ରୀ ସୋଭାଗିନୀ ପାତ୍ର, ସନ୍ତୋଷୀ ଦାସ, ଯାଜ୍ଞସିନୀ ମହାନନ୍ଦ, ଜିଲା ସମ୍ପାଦିକା କାଞ୍ଚନ ବାଗ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା କୁନ୍ତି ପାଲ, ବୋରିଆ ମଣ୍ଡଳ ସଭାନେତ୍ରୀ ଦେବକୀ ସିନ୍ଦୁର, ଜିଲା କାର୍ଯ୍ୟକାରିଣୀ ସଦସ୍ୟା ସଂଯୁକ୍ତା ମହତୀ, ରୀନା ଭାଟି, କାଉନସିଲର ମଞ୍ଜୁଲତା ସେଠୀ, ମାଧବୀ ବାଗ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମନୋଜ ମେହେର, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ, ଏମ୍‌ପି ପ୍ରତିନିଧି ଚନ୍ଦ୍ର ହାସ୍ୟ ବିଶ୍ୱାଳ, ଭବାନୀଶଙ୍କର ଠାକୁର ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri