ମୁଖ୍ୟମନ୍ତ୍ରୀଙ୍କୁ ମିଶନ ଶକ୍ତି ସଦସ୍ୟାଙ୍କ କୃତଜ୍ଞତା

ଭୁବନେଶ୍ୱର, ୧୩ା୯(ବ୍ୟୁରୋ):ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲାର ମିଶନ ଶକ୍ତି ସଦସ୍ୟାମାନେ ସୋମବାର ସନ୍ଧ୍ୟାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଅଗଷ୍ଟ ୧୫ ତଥା ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ମାନେ ୩୦ ଲକ୍ଷ ଜାତୀୟ ପତାକା ତିଆରି ଭଳି ଏକ ଗୁରୁଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମଧ୍ୟ ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉତ୍ସାହିତ କରିବା ସହ ସେମାନଙ୍କ ଜୀବନରେ ମିଶନ ଶକ୍ତି ବହୁତ ବଡ଼ ପରିବର୍ତ୍ତନ ଆଣିଛି ବୋଲି ମା’ମାନେ କହିଛନ୍ତି। ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଭବନରୁ ବାହାରିଲେ ମୋଦି: ବ୍ରହ୍ମପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୬।୫: ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଅଛନ୍ତି। ସେ ରାଜଭବନରୁ ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାହାରିଛନ୍ତି। ବ୍ରହ୍ମପୁରରେ ମୋଦି ଏକ...

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ,...

ନିର୍ବାଚନୀ ବଣ୍ଡ୍‌ ସ୍କାମ୍‌ ଦେଶର ସବୁଠାରୁ ବଡ଼ ଦୁର୍ନୀତି : ପ୍ରଶାନ୍ତ ଭୂଷଣ

ଭୁବନେଶ୍ୱର,୬।୫(ଅସମାପିକା ସାହୁ):ଓଡ଼ିଶା ସୂଚନା ଅଧିକାର ଅଭିଯାନ(ଓସା) ପକ୍ଷରୁ ରବିବାର ଭାରତୀୟ ବିଦ୍ୟାଭବନଠାରେ ‘ସମ୍ବିଧାନ ପ୍ରଦତ୍ତ ସୂଚନା ଅଧିକାର ଓ ନିର୍ବାଚନୀ ବଣ୍ଡ୍‌’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ...

ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ...

ଆଜି ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ...

ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ୱର,୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri