ତୋରଣରେ ସ୍ବର୍ଣ୍ଣମନ୍ଦିର

ଭୁବନ,୧୩।୯(ଡି.ଏନ୍‌.ଏ.):ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ହୋଇଉଠିଛି କଳାସଂସ୍କୃତିର ସହର ଭୁବନ। ପ୍ରତିଯୋଗିତାପୂର୍ଣ୍ଣ ମହୋତ୍ସବରେ ୧୩ ମଣ୍ଡପ ସାମିଲ ହୋଇଥିବାବେଳେ ମୂର୍ତ୍ତି, ମେଢ଼, ସାଜସଜ୍ଜାକୁ ନେଇ ଆରମ୍ଭ ହୋଇଛି ପ୍ରତିଦ୍ୱନ୍ଦ୍ୱିତା। ଏଥିରେ ନିଜକୁ ସାମିଲ କରିଛି ପୋଥାଳ ସାହି ପୂଜା କମିଟି। ଚଳିତବର୍ଷ ପୂଜା ପ୍ରତିଷ୍ଠାନର ୧୨ଶ ବର୍ଷ ପୂର୍ତ୍ତି ଅବସରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯିବ। ତେବେ ମୁଖ୍ୟ ଆକର୍ଷଣ ସାଜିବ ପଞ୍ଜାବ ସ୍ବର୍ଣ୍ଣ ମନ୍ଦିର ଆକୃତିର ତୋରଣ। ମା’ଙ୍କ ଆବାହନକୁ ହାତଗଣତି ଦିନ ବାକି ଥିବାବେଳେ ସମସ୍ତ କାର୍ଯ୍ୟକ୍ରମ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବାକୁ ଦିନରାତି ଏକ କରିଦେଇଛନ୍ତି କମିଟି ସଦସ୍ୟ।
ଦଶହରା ବଳଦ ଯାତ୍ରାରେ ଦୀର୍ଘବର୍ଷ ଧରି ପ୍ରମୁଖ ଭୂମିକା ଗ୍ରହଣ କରି ଆସିଥିବା ପୋଥାଳ ସାହି ୧୨ବର୍ଷ ତଳେ ସାର୍ବଜନୀନ ଦୁର୍ଗାପୂଜାରେ ସାମିଲ ହୋଇଥିଲା। ପ୍ରଥମ ବର୍ଷ ୧ ଲକ୍ଷ ୫୨ ହଜାର ଟଙ୍କା ବ୍ୟୟରେ ପୂଜାର ଆୟୋଜନ କରାଯାଇଥିଲା। ଏବେ ଖର୍ଚ୍ଚ ବୃଦ୍ଧି ପାଇ ସାଢ଼େ ୪ ଲକ୍ଷ ଟଙ୍କାରେ ପହଞ୍ଚତ୍ଛି। ଏହି ଅର୍ଥରେ ପୂଜାଠାରୁ ଆରମ୍ଭ କରି ଭସାଣି ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମ କରାଯିବ। ମା’ ଦଶଭୁଜାଙ୍କ ମୂର୍ତ୍ତି ନିର୍ମାଣ ପାଇଁ କଟକ ଜିଲା ଟାଙ୍ଗୀର ଶିଳ୍ପୀ ନିୟୋଜିତ ହୋଇଛନ୍ତି। ସେହିପରି କଟକ ଏବଂ ସାଲେପୁର ଅଞ୍ଚଳର କାରିଗର ସ୍ବର୍ଣ୍ଣମନ୍ଦିର ଢାଞ୍ଚାରେ ନିର୍ମାଣ ହେବାକୁ ଥିବା ତୋରଣ କାମ ଆରମ୍ଭ କରିସାରିଲେଣି। ମା’ଙ୍କ ଆବାହନଠାରୁ ଆରମ୍ଭ କରି ବିସର୍ଜନ ଯାଏ ଦୈନିକ ଶ୍ରଦ୍ଧାଳୁଙ୍କ ଲାଗି ପ୍ରସାଦ ସେବନ ବ୍ୟବସ୍ଥା କରାଯିବ। ଭସାଣି ଶୋଭାଯାତ୍ରାକୁ ସ୍ବତନ୍ତ୍ର କରିବା ଲାଗି କୋଲକାତାରୁ ମହିଳା ସଂକୀର୍ତ୍ତନ ମଣ୍ଡଳୀ ଓ ବାଜା ସାମିଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri