ନୟାଗଡ଼ରେ ପୋଷ୍ଟାଲ ଡିଭିଜନ ଦାବି କଲା ବରିଷ୍ଠ ନାଗରିକ କଲ୍ୟାଣ ଟ୍ରଷ୍ଟ

ନୟାଗଡ଼ ଅଫିସ,୨୧।୭-ନୟାଗଡ଼ ବରିଷ୍ଠ ନାଗରିକ କଲ୍ୟାଣ ଟ୍ରଷ୍ଟ ପକ୍ଷରୁ ନୟାଗଡ଼ରେ ପୋଷ୍ଟାଲ ଡିଭିଜନ ଖୋଲିବା ପାଇଁ ଦାବି କରାଯାଇଛି। ନୟାଗଡ଼ରେ ମୁଖ୍ୟ ଡାକଘର ଥିବା ସହିତ ସେଠାରେ ଆବଶ୍ୟକୀୟ ଭିତ୍ତିଭୂମି ଥିବାରୁ ପୋଷ୍ଟାଲ ଡିଭିଜନ କାର୍ଯ୍ୟାଳୟ ସ୍ଥାପନ ପାଇଁ ଟ୍ରଷ୍ଟ ଦାବି କରିଛି। ଟ୍ରଷ୍ଟର ସଦସ୍ୟ ସୁବାସ ଚନ୍ଦ୍ର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ରୋଟାରୀ ଭବନଠାରେ ଆୟୋଜିତ ବୈଠକରେ ଏହି ଦାବି ଉପସ୍ଥାପନ କରାଯାଇଛି। କାର୍ଯ୍ୟକାରୀ ସଭାପତି ପ୍ରମୋଦ ପଟ୍ଟନାୟକ ନୟାଗଡ଼ରେ ପୋଷ୍ଟାଲ ଡ଼ିଭିଜନ ସ୍ଥାପନ କରାଯିବା ପାଇଁ ବିଭିନ୍ନ ସୂଚନା ପ୍ରଦାନ କରିଥିଲେ। ଆଗାମୀ ଦିନରେ କାର୍ଯ୍ୟ ଖସଡ଼ା କରାଯିବା ଲାଗି ବୈଠକରେ ନିଷ୍ପତ୍ତି ହୋଇଥିଲା। ଜିଲା ପ୍ରତିଷ୍ଠା ହେବାର ୨୬ ବର୍ଷ ବିତିଗଲାଣି। ଅନେକ ସରକାରୀ କାର୍ଯ୍ୟାଳୟ ହୋଇଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କ ଯୋଗାଯୋଗ ଓ ମନ୍ତ୍ରଣାଳୟ ପକ୍ଷରୁ ପୋଷ୍ଟାଲ ଡ଼ିଭିଜନ ଖୋଲିବା ପାଇଁ ପଦକ୍ଷେପ ନିଆଯାଉନାହିଁ। ପୋଷ୍ଟାଲ ଡିଭିଜନ ନ ଥିବାରୁ ଲୋକମାନେ କିଭଳି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସେ ବିଷୟରେ ବୈଠକରେ ସୂଚନା ଦିଆଯାଇଥିଲା। ଆଗାମୀ ଦିନରେ ପୋଷ୍ଟାଲ ଡିଭିଜନ ଖୋଲିବା ପାଇଁ ମୁଖ୍ୟପୋଷ୍ଟ ମାଷ୍ଟର ଜେନେରାଲ, ବିଭାଗୀୟ ମନ୍ତ୍ରୀ, ଜିଲାର ୩ ଏମ୍‌ପି, ମନ୍ତ୍ରୀ ଓ ବିଧାୟକମାନଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ଟ୍ରଷ୍ଟର ସମ୍ପାଦକ ଅରୁଣ କୁମାର ମହାନ୍ତି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri