Posted inଜାତୀୟ

ଡିସେମ୍ବରରେ ଜି-୨୦ ଅଧ୍ୟକ୍ଷ ହେବ ଭାରତ, ଦେଶରେ ହେବ ୨୦୦ରୁ ଅଧିକ ବୈଠକ…

ନୂଆଦିଲ୍ଲୀ, ୧୩।୯ : ଆସନ୍ତା ୧ ଡିସେମ୍ବର ୨୦୨୨ ରେ ଭାରତ ବିଶ୍ୱର ୨୦ଟି ସବୁଠାରୁ ଶକ୍ତିଶାଳୀ ଅର୍ଥନୈତିକ ଦେଶ ସହିତ ଜି-୨୦ ଗୋଷ୍ଠୀର ଅଧ୍ୟକ୍ଷ ହେବାକୁ ଯାଉଛି। ୩୦ ନଭେମ୍ବର ୨୦୨୩ ପର୍ଯ୍ୟନ୍ତ ଏକ ବର୍ଷ କାର୍ଯ୍ୟକାଳ ମଧ୍ୟରେ ସମଗ୍ର ଦେଶରେ ୨୦୦ ରୁ ଅଧିକ ଜି-୨୦ ବୈଠକ ଅନୁଷ୍ଠିତ ହେବ।

ବହିର୍ବ୍ୟାପାର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ୯ ଏବଂ ୧୦ ସେପ୍ଟେମ୍ବର ୨୦୨୩ ରେ ଦିଲ୍ଲୀରେ ଜି-୨୦ର ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଜି-୨୦ରେ ବର୍ତ୍ତମାନ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡା, ଚାଇନା, ଫ୍ରାନ୍ସ, ଜର୍ମାନୀ, ଭାରତ, ଇଣ୍ଡୋନେସିଆ, ଇଟାଲୀ, ଜାପାନ, ଦକ୍ଷିଣ କୋରିଆ, ମେକ୍ସିକୋ, ରୁଷିଆ, ସୌଦି ଆରବ, ଦକ୍ଷିଣ ଆଫ୍ରିକା, ତୁର୍କୀ, ଆମେରିକା ଏବଂ ୟୁରୋପୀୟ ୟୁନିଅନ ଆଦି ୧୯ ଟି ଦେଶ ସାମିଲ ହୋଇଛନ୍ତି।

ଜି-୨୦ ଦେଶଗୁଡ଼ିକ ବିଶ୍ୱର ମୋଟ ଜିଡିପିର ୮୫ ପ୍ରତିଶତ ଯୋଗଦାନ ଦିଅନ୍ତି। ସେହିଭଳି, ଏହା ଅନ୍ତର୍ଜାତୀୟ ବାଣିଜ୍ୟର ୭୫ ପ୍ରତିଶତ ଅଟେ ଏବଂ ବିଶ୍ୱର ଦୁଇ ତୃତୀୟାଂଶ ଲୋକ ଏସବୁ ଦେଶରେ ବାସ କରନ୍ତି। ତେଣୁ ଅନ୍ତର୍ଜାତୀୟ ଅର୍ଥନୈତିକ ସହଯୋଗ ପାଇଁ ଏହା ହେଉଛି ମୁଖ୍ୟ ଫୋରମ ।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି 2 ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri