ଜଳୁନି ଚୁଲି, ମିଳୁନି ମଧ୍ୟାହ୍ନଭୋଜନ

ମହାକାଳପଡ଼ା,୧୪ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ କଂସାର ବଡ଼ଦାଣ୍ଡୁଆ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତିକୁ ନେଇ ବିବାଦ ଦେଖାଦେଇଛି। ଫଳରେ ବିଦ୍ୟାଳୟରେ ରୋଷେଇ ହେଉ ନ ଥିବାରୁ ପିଲାମାନଙ୍କୁ ମଧ୍ୟାହ୍ନଭୋଜନ ମିଳୁନାହିଁ। ସ୍ଥାନୀୟ ବଡ଼ଦାଣ୍ଡୁଆସ୍ଥିତ ମା’ ତାରିଣୀ ସ୍ବୟଂ ସହାୟକ ମହିଳା ଗୋଷ୍ଠୀ ଓ ପ୍ରଧାନ ଶିକ୍ଷକଙ୍କ ମଧ୍ୟରେ ବିବାଦ ଯୋଗୁ ସପ୍ତାହେ ହେଲା ମଧ୍ୟାହ୍ନଭୋଜନ ରୋଷେଇ ବନ୍ଦ ରହିଛି। ଫଳରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୪୪ ଛାତ୍ରୀଛାତ୍ର ମଧ୍ୟାହ୍ନ ଭୋଜନରୁ ବଞ୍ଚତ୍ତ ହେଉଛନ୍ତି ବୋଲି ସ୍ଥାନୀୟ ଅଭିଭାବକ ଅଭିଯୋଗ କରିଛନ୍ତି। ଏମାନେ ବ୍ଲକ ଶିକ୍ଷାଧିକାରୀ ତନ୍ମୟ କୁମାର ବେହେରାଙ୍କୁ ମଧ୍ୟାହ୍ନଭୋଜନ ବନ୍ଦ ହେବା ନେଇ ଅଭିଯୋଗ କରିଥିଲେ ମଧ୍ୟ ଅଦ୍ୟାବଧି ବିବାଦ ଲାଗି ରହିଛି।
ଏହି ବିଦ୍ୟାଳୟର ମଧ୍ୟାହ୍ନଭୋଜନ ପ୍ରସ୍ତୁତି ଦାୟିତ୍ୱ ନେଇଥିବା ମା’ ତାରିଣୀ ସ୍ବୟଂ ସହାୟକ ମହିଳା ଗୋଷ୍ଠୀମାନଙ୍କ ପକ୍ଷରୁ ମଧ୍ୟାହ୍ନଭୋଜନ ନିମ୍ନମାନର ବୋଲି ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି ସଦସ୍ୟମାନେ ଅଭିଯୋଗ କରିଛନ୍ତି। ୭ଦିନ ବିତି ଯାଇଥିଲେ ମଧ୍ୟ ଅଦ୍ୟାବଧି ବ୍ଲକ ଶିକ୍ଷା କାର୍ଯ୍ୟାଳୟ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବା ସାଧାରଣରେ ଲୋକମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସଂଗ୍ରାମ କେଶରୀ ରାଉତରାୟଙ୍କୁ ପଚାରିବାରେ ନିମ୍ନ ମାନର ଖାଦ୍ୟ ପ୍ରସ୍ତୁତ ହେଉଥିବାରୁ ଛାତ୍ରୀଛାତ୍ର ଖାଉ ନ ଥିବା କହିଛନ୍ତି। ଏହି ସମସ୍ୟା ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରିଛୁ। ଉପର ଅଧିକାରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଯାହା କିଛି ପଦକ୍ଷେପ ନିଆଯିବ ବୋଲି ପ୍ରଧାନ ଶିକ୍ଷକ ରାଉତରାୟ କହିଛନ୍ତି। ଅପରପକ୍ଷରେ ବ୍ଲକ ଶିକ୍ଷା ଅଧିକାରୀ ବେହେରାଙ୍କୁ ପଚାରିବାରେ ଉକ୍ତ ବିଦ୍ୟାଳୟର ସମସ୍ୟା ସମାଧାନ ପାଇଁ ବିଡିଓ ଦେବାଶିଷ ରାଉତଙ୍କ ସହ ପରାମର୍ଶ କରାଯାଇଛି। ଉକ୍ତ ବିଦ୍ୟାଳୟର ବିବାଦ ସମାଧାନ ସହ ମଧ୍ୟାହ୍ନଭୋଜନ ପ୍ରସ୍ତୁତି ପାଇଁ ଏକ ଯାଞ୍ଚ କମିଟି ଗଠନ କରାଯିବ ବୋଲି କହିଛନ୍ତି। ଉକ୍ତ ଯାଞ୍ଚ କମିଟି ମାଧ୍ୟମରେ ମଧ୍ୟାହ୍ନଭୋଜନ ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri