Posted inଜାତୀୟ

ମାଗଣା ବିଦ୍ୟୁତ୍‌ ବିଲ୍‌ ଉପରେ ନୂଆ ନିୟମ: କେଜ୍‌ରିଓ୍ବାଲଙ୍କ ଘୋଷଣା

ନୂଆଦିଲ୍ଲୀ,୧୪।୯: ଦିଲ୍ଲୀରେ ବିଦ୍ୟୁତ ସବ୍‌ସିଡି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ବର୍ତ୍ତମାନ ଦିଲ୍ଲୀରେ ଯେଉଁମାନେ ବିଦ୍ୟୁତ୍‌ ସବ୍‌ସିଡି ଚାହୁଁଛନ୍ତି, ସେମାନଙ୍କୁ ଏଥିପାଇଁ ଆବେଦନ କରିବାକୁ ପଡ଼ିବ। ବିଦ୍ୟୁତ୍‌ ବିଲ୍‌ ସହିତ ଏକ ଫର୍ମ ଦିଆଯିବ ଯାହାକୁ ବିଦ୍ୟୁତ୍‌ କେନ୍ଦ୍ରରେ ଜମା କରିବାକୁ ପଡ଼ିବ। ଏହାପରେ ଉପଭୋକ୍ତାଙ୍କୁ ଏକ ଫୋନ ନମ୍ବର ଦିଆଯିବ (୭୦୧୧୩୧୧୧୧୧୧)। ସେଥିରେ ସେମାନେ ମିସ୍‌ କଲ୍‌ କରିବେ। ଅକ୍ଟୋବର ୧ରୁ ରାଜ୍ୟରେ ଏହି ବିଦ୍ୟୁତ୍‌ ବିଲ ସମ୍ବନ୍ଧୀୟ ନୂତନ ନିୟମ ଲାଗୁ ହେବ। ଏଥିରେ କେବଳ ସେହି ଲୋକମାନେ ବିଦ୍ୟୁତ୍‌ ବିଲ ଉପରେ ସବ୍‌ସିଡି ପାଇପାରିବେ ଯେଉଁମାନେ ଇଛା ପ୍ରକାଶ କରିବେ। ବର୍ତ୍ତମାନ ଏଥିପାଇଁ ଆପଣଙ୍କୁ ଇଲେକ୍ଟ୍ରୋନିକ ପଞ୍ଜିକରଣ କରିବାକୁ ପଡିବ। ଫୋନ୍‌ ନମ୍ବରରେ ମିସ୍‌ କଲ୍‌ କରିବା ପରେ ଉପଭୋକ୍ତାଙ୍କୁ ବିଲ୍‌ ସହିତ ଏକ ଫର୍ମ ଦିଆଯିବ। ଯେଉଁମାନେ ଆବେଦନ କରିବାକୁ ଚାହିିଁବେ ସେମାନେ ଏହି ଫର୍ମ ପୂରଣ କରିବେ। ଯଦି ଫର୍ମ ଦାଖଲ କରନ୍ତି ତେବେ ସେମାନଙ୍କର ସବ୍‌ସିଡି ଜାରି ରହିବ ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରସିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri