Posted inଜାତୀୟ

ଆସାମର ୮ ଉଗ୍ରପନ୍ଥୀ ସଂଗଠନ ସହ କେନ୍ଦ୍ରର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ,୧୫।୯: କେନ୍ଦ୍ର ଏବଂ ଆସାମ ସରକାର ଗୁରୁବାର ଆସାମର ୮ ଆଦିବାସୀ ଉଗ୍ରପନ୍ଥୀ ସଂଗଠନ ସହ ଶାନ୍ତି ଚୁକ୍ତିନାମାରେ ସ୍ବାକ୍ଷର କରିଛନ୍ତି। ଏହି ତ୍ରିପାକ୍ଷିକ ଚୁକ୍ତିନାମାରେ ସ୍ବାକ୍ଷର କରିଥିବା ଉଗ୍ରପନ୍ଥୀ ସଂଗଠନ ମଧ୍ୟରେ ଅଛନ୍ତି ଅଲ୍‌ ଆଦିବାସୀ ନ୍ୟାଶନାଲ ଲିବରେଶନ ଆର୍ମି ଆଦିବାସୀ କୋବ୍ରା ମିଲିଟାଣ୍ଟ ଅଫ୍‌ ଆସାମ, ବିର୍ଶା କମାଣ୍ଡୋ ଫୋର୍ସ, ସାନ୍ତାଳ ଟାଇଗର ଫୋର୍ସ ଏବଂ ଆଦିବାସୀ ପିପୁଲ୍ସ ଆର୍ମି। ଚୁକ୍ତିନାମା ସ୍ବାକ୍ଷର ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଏହି ସଂଗଠନଗୁଡ଼ିକ ୨୦୧୨ରୁ ଅସ୍ତ୍ରବିରତି କରିବା ସହ ନିର୍ଦ୍ଦିଷ୍ଟ କ୍ୟାମ୍ପରେ ରହିଆସୁଥିଲେ। ଏହି ରାଜିନାମା ଫଳରେ ଆସାମରେ ଶାନ୍ତି ଓ ସଦ୍‌ଭାବନାର ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ବିଶ୍ୱଶର୍ମା କହିଛନ୍ତି। କେବଳ ପରେଶ ପରୁଆଙ୍କ ନେତୃତ୍ୱାଧୀନ ଉଲ୍‌ଫା ଏବଂ କମତାପୁର ଲିବରେଶନ ଅର୍ଗାନାଇଜେଶନକୁ ବାଦ୍‌ ଦେଲେ ରାଜ୍ୟରେ ସକ୍ରିୟ ଥିବା ଅନ୍ୟ ସମସ୍ତ ବିଦ୍ରୋହୀ ଗୋଷ୍ଠୀ ସରକାରଙ୍କ ସହ ଶାନ୍ତି ଚୁକ୍ତିନାମାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri