Posted inଖେଳ

ଅବସର ନେଲେ ନମିତା

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି):ଓଡ଼ିଶାର ତାରକା ଅନ୍ତର୍ଜାତୀୟ ମିଡ୍‌ଫିଲ୍ଡର ନମିତା ଟପ୍ପୋ ଗୁରୁବାର ହକିକୁ ଅଲ୍‌ବିଦା ଜଣାଇଛନ୍ତି। ଆହତ ସମସ୍ୟା ଲାଗି ରହିବା ଯୋଗୁ ମାତ୍ର ୨୭ ବର୍ଷ ବୟସରେ ତାଙ୍କୁ ଏହି କଠିନ ନିଷ୍ପତ୍ତି ନେବାକୁ ପଡ଼ିଛି। ପାଦରେ ଆଘାତଜନିତ ସମସ୍ୟା ଲାଗି ରହିଲା। ଦୀର୍ଘଦିନ ହେବ ଖେଳି ନ ପାରିବାରୁ ମୁଁ ଅବସର ନିଷ୍ପତ୍ତି ନେଲି ବୋଲି ଅଲିମ୍ପିଆନ ନମିତା ପ୍ରକାଶ କରିଛନ୍ତି।
ରାଉରକେଲା ପାନପୋଷ କ୍ରୀଡ଼ା ଛାତ୍ରାବାସର ଅନ୍ୟତମ ଶ୍ରେଷ୍ଠ ସୃଷ୍ଟି ହେଉଛନ୍ତି ନମିତା। ୨୦୦୭ରେ ସେ ରାଜ୍ୟ ଦଳ ପକ୍ଷରୁ ଖେଳିବା ଆରମ୍ଭ କରିଥିଲେ। ଘରୋଇ ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ତାଙ୍କୁ ୨୦୧୧ରେ ବ୍ୟାଙ୍କ୍‌କରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ଭାରତୀୟ ବାଳିକା ଦଳରେ ସାମିଲ କରାଯାଇଥିଲା। ସେଠାରେ ଭାରତ ବ୍ରୋଞ୍ଜ ପଦକ ହାସଲ କରିଥିଲା। କଠିନ ମନୋଭାବ ଏବଂ ଉତ୍ସର୍ଗିକୃତ ମନୋଭାବ କେବେହେଲେ ବେକାର ଯାଏନାହିଁ। ଏହା ପ୍ରମାଣ କରିଥିଲେ ନମିତା। ଜାତୀୟ କ୍ୟାମ୍ପ ହେଉ କିମ୍ବା ଘରୋଇ ସର୍କିଟରେ ସ୍ଥିର ପ୍ରଦର୍ଶନ ଦେବାରୁ ତାଙ୍କୁ ୨୦୧୨ରେ ସିନିୟର ଦଳରେ ସ୍ଥାନ ମିଳିଥିଲା। ଏହିବର୍ଷ ଡବଲିନରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ଚାମ୍ପିୟନ୍ସ ଚ୍ୟାଲେଞ୍ଜ୍‌ରେ ସେ ଭାରତ ପକ୍ଷରୁ ପ୍ରଥମଥର ପାଇଁ ପ୍ରତିନିଧିତ୍ୱ କରିଥିଲେ। ଏହା ପରବର୍ଷ ସେ ଜର୍ମାନୀର ମନଚେନ୍‌ଗ୍ଲାଡ୍‌ବ୍ୟାକ୍‌ରେ ଅନୁଷ୍ଠିତ ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ ପାଇଁ ଭାରତୀୟ ଦଳରେ ସାମିଲ ହୋଇଥିଲେ। ଏହି ପ୍ରତିଯୋଗିତାରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ହାସଲ କରିଥିଲା। ଏହାପରେ ଆଉ ପଛକୁ ଫେରି ଚାହିଁ ନ ଥିଲେ ନମିତା। ୨୦୧୩ରେ ଏଫ୍‌ଆଇଏଚ୍‌ ମହିଳା ଓ୍ବାଲର୍‌ଡ ଲିଗ୍‌ ରାଉଣ୍ଡ-୨ରେ ସ୍ବର୍ଣ୍ଣ ଏବଂ ସେହିବର୍ଷ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟା ଥିଲେ। ୨୦୧୩ରେ ମହିଳା ଏସିଆ କପ୍‌, ୨୦୧୪ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମଧ୍ୟ ସେ ଖେଳିଥିଲେ। ୨୦୧୪ ଏସିଆନ ଗେମ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳ ପକ୍ଷରୁ ସେ ପ୍ରତିନିଧିତ୍ୱ କରିଥିଲେ। ୨୦୧୬ ରିଓ ଅଲିମ୍ପିକ୍ସ ଖେଳି ଅଭିଜ୍ଞତା ଆହରଣ କରିଥିଲେ ଏହି ତାରକା ମିଡ୍‌ଫିଲ୍ଡର। ୨୦୧୭ରେ ମହିଳା ଏସିଆ କପ୍‌ରେ ରୌପ୍ୟ ଏବଂ ୨୦୧୮ରେ ଏସିଆନ ଗେମ୍ସରେ ରୌପ୍ୟ ପଦକ ବିଜୟୀ ଭାରତୀୟ ଦଳର ମଧ୍ୟ ସେ ସଦସ୍ୟା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri