ନଭେମ୍ବର ୭ରୁ କଳିଙ୍ଗ ବାଲିଯାତ୍ରା

ପାରାଦୀପ,୧୬ା୯(ସ୍ବ.ପ୍ର.): ପାରାଦୀପର ବେଳାଭୂମି ବିଜୁ ମୈଦାନରେ ଚଳିତ ବର୍ଷ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ନଭେମ୍ବର ୭ରୁ ୧୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସାତଦିନ ଧରି ଏହି ଉତ୍ସବ ପାଳନ କରାଯିବ। ଏ ନେଇ ଗୁରୁବାର ସାରେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ମଧୁବନ ଅଫିସର୍ସ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଏମ୍‌ପି ଡା. ରାଜଶ୍ରୀ ମଲ୍ଲିକ, ବିଧାୟକ ସମ୍ବିତ ରାଉତରାୟ, ଜିଲା ପରିଷଦ ଅଧ୍ୟକ୍ଷ ମନୋଜ ଭୋଇ, ପାରାଦୀପ ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ସମେତ ଅନ୍ୟ ଅଧିକାରୀ ଜନପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ। ୧୯୯୨ରୁ ଆୟୋଜିତ ଏହି ବାଲିଯାତ୍ରା ମହୋତ୍ସବ ଗତ ଦୁଇବର୍ଷ ହେବ କରୋନା କଟକଣା ପାଇଁ ବନ୍ଦ ଥିଲା। ଚଳିତ ବର୍ଷ ଆୟୋଜନ ହେଉଥିବାରୁ ଅଧିକ ଜନ ସମାଗମ ହେବାର ସମ୍ଭାବନା ରହିଛି। ସେଥିପାଇଁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ଅକ୍ଟୋବର ପ୍ରଥମ ସପ୍ତାହରୁ ଆରମ୍ଭ କରିବା ପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବାଲିଯାତ୍ରା ଉଦ୍‌ଘାଟନ ପାଇଁ ନିମନ୍ତ୍ରଣ କରାଯିବ ବୋଲି ଏମ୍‌ପି ମଲ୍ଲିକ କହିଥିଲେ। ଏହି ବୈଠକରେ ପିପିଏଲ୍‌, ଇଫ୍‌କୋ, ତୈଳ ବିଶୋଧନାଗାର, ପାରାଦୀପ ପୋର୍ଟ, ଏଏମଏନଏସ ଭଳି ପ୍ରମୁଖ କମ୍ପାନୀ ପ୍ରତିନିଧି ଯୋଗ ଦେଇ ବାଲିଯାତ୍ରା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବେ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri