୨୯ରେ ଆର୍‌ଡିସି ଅଫିସ ଘେରାଉ

ଢେଙ୍କାନାଳ ଅଫିସ,୧୬।୯: ଅଲ ଓଡ଼ଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ ଢେଙ୍କାନାଳ ଜିଲା ଶାଖାର କାର୍ଯ୍ୟକାରିଣୀ ବୈଠକ ସଭାପତି ଜ୍ୟୋତିରଞ୍ଜନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଇପିଏଫ୍‌ ପେନ୍‌ସନର୍ସଙ୍କୁ ସର୍ବନିମ୍ନ ୯୦୦୦ ଟଙ୍କା ପେନସନ୍‌, ମହଙ୍ଗାଭତ୍ତା ସହ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବାକୁ କେନ୍ଦ୍ର ସରକାର ବାରମ୍ବାର ପ୍ରତିଶ୍ରୁତି ଦେଉଛନ୍ତି। ଦେବେ ଦାବିପୂରଣକୁ ଦିଗରେ ପଦକ୍ଷେପ ନିଆଯାଉନାହିଁ। ଏହାର ପ୍ରତିବାଦରେ ଆସନ୍ତା ୨୯ ତାରିଖରେ ସମ୍ବଲପୁରସ୍ଥିତ ଆର୍‌ଡିସି କାର୍ଯ୍ୟାଳୟ ଘେରାଉ କରାଯିବ। ଏଥିରେ ଢେଙ୍କାନାଳରୁ ୨୦ରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଯୋଗଦେବେ ବୋଲି ନିଷ୍ପତ୍ତି ହୋଇଛି। ଏଥିସହ ଏମ୍‌ପି ମହେଶ ସାହୁଙ୍କୁ ସାକ୍ଷାତ୍‌ କରି ପେନ୍‌ସନ ବୃଦ୍ଧି ପାଇଁ କେନ୍ଦ୍ର ଶ୍ରମମନ୍ତ୍ରୀଙ୍କ ସହିତ ଆଲୋଚନା କରିବାକୁ ଅନୁରୋଧ ନିମନ୍ତେ ପ୍ରସ୍ତାବ ଗୃହୀତ ହୋଇଛି। ବୈଠକରେ ଉପସଭାପତି ହୃଦାନନ୍ଦ ପ୍ରଧାନ, ଶରତ ରଥ, କୋଷାଧ୍ୟକ୍ଷ ନେତ୍ରାନନ୍ଦ ସାହୁ, ସମ୍ପାଦକ ସଦାଶିବ ମିଶ୍ର, ସଦସ୍ୟ ଗୋପୀନାଥ ଜେନା, ବାଇଧର ଚକ୍ର, ନୀରୋଦ ପଟ୍ଟନାୟକ, ବାସୁଦେବ ଦେହୁରୀ, ଧ୍ରୁବ ନାଏକ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଯୁଗ୍ମ ସମ୍ପାଦକ ଉମାଶଙ୍କର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri