Posted inଜାତୀୟ

ଏସସିଓ ସମ୍ମିଳନୀ: ମୋଦିଙ୍କ ଫଟୋକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୧୬ ।୯: ଉଜବେକିସ୍ତାନର ସମରକନ୍ଦରେ ଆରମ୍ଭ ହୋଇଛି ସାଂଘାଇ ସହଯୋଗ ସଂଗଠନ(ଏସସିଓ) ଶିଖର ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଯୋଗ ଦେବାକୁ ଉଜବେକିସ୍ତାନ ପହଞ୍ଚିଛନ୍ତି । ଏବେ ଏହାର ଫଟୋକୁ ନେଇ ଭାରତରେ ରାଜନୀତି ଆରମ୍ଭ ହୋଇଯାଇଛି । ସମ୍ମିଳନୀ ପୂର୍ବରୁ ସମସ୍ତ ରାଷ୍ଟ୍ରାଧ୍ୟକ୍ଷଙ୍କ ସହ ଜାରି ହାଇଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଗ୍ରୁପ ଫଟୋକୁ ନେଇ କଂଗ୍ରେସ ମୋଦିଙ୍କୁ ଟାର୍ଗେଟ କରିଛି ।
ସୂଚନାଯୋଗ୍ୟ, ଫଟୋରେ ମୋଦି ଗୋଟିଏ ପଟରେ ଠିଆ ହୋଇଥିବା ନଜର ଆସିଛି । ଅନ୍ୟ ପଟରେ ପାକିସ୍ତାନ ପ୍ରଧାନ ମନ୍ତ୍ରୀ ଶହବାଜ ଶରିଫ ଠିଆ ହୋଇଥିବା ଦେଖାଯାଇଛି । ଏହାକୁ ନେଇ କଂଗ୍ରେସ ନେତା ଗୌରବ ଗୋଗୋଇ ରାଜନୀତି ଆରମ୍ଭ କରିଦେଇଛନ୍ତି । ଏକ ଟୁଇଟରେ ଗୋଗୋଇ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ଓ ବୈଦେଶିକ ମନ୍ତ୍ରଣାଳୟର ଖରାପ ଆରମ୍ଭ । ଗୋଟିଏ ପଟରେ ମୋଦି ଠିଆ ହୋଇଥିବା ବେଳେ ଅନ୍ୟପଟରେ ପାକିସ୍ତାନ ରହିଛି । ମୋତେ ନାଲି ଆଖି ନୁହେଁ ବରଂ ବନ୍ଦ ଆଖି ଦେଖାଯାଉଛି ।

ଏହାର କଡା ଜବାବ ଦେଇଛି ଭାରତୀୟ ଜନତା ପାର୍ଟି(ଭାଜପା) । ଭାଜପା ପ୍ରବକ୍ତା ଶହଜାଦ ପୁନାୱାଲା ଟୁଇଟ କରି ପୂର୍ବରୁ ହୋଇଥିବା ଜି-୨୦ ବୈଠକର ଏକ ଫଟୋ ଶେୟାର କରିଛନ୍ତି । ଯେଉଁଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଦ୍ୱିତୀୟ ଲାଇନରେ ମୁଣ୍ଡ ନୁଆଁଇ ଠିଆ ହୋଇଥିବା ଦେଖାଯାଇଛି । କଂଗ୍ରେସକୁ ଟାର୍ଗେଟ କରି ପୁନାୱାଲା କହିଛନ୍ତି । ପ୍ରାୟୋଜିତ ଦେଶ ଦ୍ୱାରା ସ୍ଥିର ହୋଇଥିବା ପ୍ରୋଟୋକଲକୁ ନେଇ ରାଜନୀତି କରିବା ଅପରିପକ୍ୱତାର ନିଦର୍ଶନ । ସେ ଆହୁରି ମଧ୍ୟ କହିଛନ୍ତି, କ’ଣ ରାହୁଲ ଗାନ୍ଧୀ ଚାଇନା ସହ ଏମଓୟୁ ସାଇନ କରିବା ସମୟରେ ଅବା ଡୋକଲାମ ମାମଲାରେ ଚାଇନା ରାଷ୍ଟ୍ରଦୂତଙ୍କ ସହ ଚାଇନିଜ ଖାଇବା ସମୟରେ ‘ଲାଲ ଆଖି’ ଦେଖାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri