Posted inଖେଳ

ସୁବିଧାଜନକ ସ୍ଥିତିରେ ଭାରତ ଏ’

ବେଙ୍ଗାଲୁରୁ, ୧୭।୯(ପି.ଟି.): ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ତୃତୀୟ ଅନ୍‌ ଅଫିସିଆଲ ଟେଷ୍ଟରେ ଭାରତ ଏ’ ପ୍ରଥମ ଇନିଂସରେ ଅଗ୍ରଣୀ ଲାଭ କରି ସୁବିଧାଜନକ ସ୍ଥିତିରେ ରହିଛି। ଶୁକ୍ରବାର ଦ୍ୱିତୀୟ ଦିବସ ଖେଳରେ ସ୍ପିନ ବୋଲର ସୌରଭ କୁମାର (୪/୪୮) ଓ ରାହୁଲ ଚହର (୩/୫୩)ଙ୍କ ଚମତ୍କାର ବୋଲିଂ ଯୋଗୁ ନ୍ୟୁଜିଲାଣ୍ଡ ଏ’ ଏହାର ପ୍ରଥମ ଇନିଂସରେ ୭୧.୨ ଓଭର ଖେଳି ୨୩୭ ରନ କରିପାରିଥିଲା। ଫଳରେ ଏହି ୪ ଦିନିଆ ଗେମ୍‌ରେ ଭାରତ ଏ’ ୫୬ ରନରେ ପ୍ରଥମ ଇନିଂସ ଅଗ୍ରଣୀ ଲାଭ କରିଛି। ଘରୋଇ ଦଳ ଏହାର ଦ୍ୱିତୀୟ ଇନିଂସ ଖେଳିବାକୁ ଯାଇ ଷ୍ଟମ୍ପ ଅପସାରଣ ବେଳକୁ ୧୧ ଓଭରରେ ୧ ଉଇକେଟ ବିନିମୟରେ ୪୦ ରନ କରିଛି। ଦଳ ମୋଟ ଉପରେ ୯୬ରନ ଅଗ୍ରଣୀ ଲାଭ କରିସାରିଛି। ଦ୍ୱିତୀୟ ଇନିଂସରେ ଭାରତ ଏହାର ଜଣେ ବ୍ୟାଟ୍ସମ୍ୟାନ ଅଭିମନ୍ୟୁ ଇଶ୍ୱରନ (୪)ଙ୍କୁ ହରାଇଛି। ସେ ସିନ୍‌ ସୋଲିଆଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଯାଇଥିଲେ। ପ୍ରଥମ ଇନିଂସରେ ଶତକ ହାସଲ କରିଥିବା ଋତୁରାଜ ଗାଏକ୍ୱାଡ ୧୮ ଏବଂ ଅଧିନାୟକ ପ୍ରିୟଙ୍କ ପଞ୍ଚଲ ୧୭ ରନ କରି ଅପରାଜିତ ରହିଛନ୍ତି। ପୂର୍ବରୁ ଭାରତ ଏ’ର ପ୍ରଥମ ଇନିଂସ ସ୍କୋର ୨୯୩ ଜବାବରେ ନ୍ୟୁଜିଲାଣ୍ଡ ଏ’ ୧୦୦ରନ ଭିତରେ ଦଳର ଅଧା ବ୍ୟାଟ୍ସମ୍ୟାନଙ୍କୁ ହରାଇ ବସିଥିଲା। ତେବେ ମାର୍କ ଚାପମ୍ୟାନ (୯୨) ସିନ୍‌ ସୋଲିଆ (୫୪) ଷଷ୍ଠ ଉଇକେଟରେ ୧୧୪ ରନ ଯୋଗ କରି ଦଳର ସ୍ଥିତିରେ ସୁଧାର ଆଣିଥିଲେ।
ସଂକ୍ଷିପ୍ତ ସ୍କୋର
ଭାରତ ଏ’ ପ୍ରଥମ ଇନିଂସ: ୨୯୩
ନ୍ୟୁଜିଲାଣ୍ଡ ଏ’ ପ୍ରଥମ ଇନିଂସ: ୨୩୭ (ମାର୍କ ଚାପମ୍ୟାନ-୯୨, ସିନ୍‌ ସୋଲିଆ-୫୪; ସୌରଭ କୁମାର-୪/୪୮, ରାହୁଲ ଚହର ୩/୫୩, ମୁକେଶ କୁମାର ୨/୪୮)। ଭାରତ ଦ୍ୱିତୀୟ ଇନିଂସ (ଅସମାପ୍ତ): ୪୦/୧।


Enter your email to get our daily news in your inbox.

All Right Reserved By Dharitri.Com

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri