Odisha Elections 2024

ଋଷିକୁଲ୍ୟା ନଦୀବନ୍ଧ ପ୍ରକଳ୍ପ ଲାଗି କାଜୁଗଛ ନଷ୍ଟ: କ୍ଷତିପୂରଣ ଦାବିରେ ଚାଷୀଙ୍କ ରାସ୍ତାରୋକୋ

ଛତ୍ରପୁର,୧୭।୯(ଡି.ଏନ୍‌.ଏ.): ଋଷିକୁଲ୍ୟା ନଦୀବନ୍ଧ ପ୍ରକଳ୍ପ କାର୍ଯ୍ୟ ଲାଗି ଲକ୍ଷ ଲକ୍ଷ ଟଙ୍କାର କାଜୁଗଛ ନଷ୍ଟ ହୋଇଛି । ଏହାର କ୍ଷତିପୂରଣ ଦାବିରେ ଶନିବାର ପୋଟଲାମପୁର ଜଳସେଚନ କାର୍ଯ୍ୟାଳୟ ଆଗରେ ଚାଷୀମନେ ଧାରଣା ଦେଇ ରାସ୍ତାରୋକୋ କରିଛନ୍ତି। ପୋଟଲାମପୁର ପାଣି ପଞ୍ଚାୟତ ଅଧୀନ ଋଷିକୁଲ୍ୟା ନଦୀବନ୍ଧ ପ୍ରକଳ୍ପ କାର୍ଯ୍ୟ ଚାଲିଛି।। ଏହି କାର୍ଯ୍ୟ କରୁଥିବା ସ୍ବପନେଶ୍ୱର ପ୍ରାଇଭେଟ ଲିମିଟେଡ଼ ନାମକ ଏକ ଠିକା କମ୍ପାନୀ ଋଷିକୁଲ୍ୟା ନଦୀରେ ନଦୀବନ୍ଧ ପ୍ରକଳ୍ପ କାର୍ଯ୍ୟ କରିବା ପାଇଁ କାର୍ଯ୍ୟାଦେଶ ପାଇଛନ୍ତି । ସ୍ଥାନୀୟ କୌଣସି ଚାଷୀ ଓ ଜମି ମାଲିକଙ୍କୁ ଅବଗତ ନ କରାଇ ଜମି ଜୋରଜବରଦସ୍ତ ଅଧିଗ୍ରହଣ କରି ସେଥିରେ ଥିବା ଲକ୍ଷ ଲକ୍ଷ ଟଙ୍କାର କାଜୁଗଛ ଓ ବହୁ ମୂଲ୍ୟବାନ୍‌ ଗଛ ନଦୀ ଡିହରେ ଥିବା ବେଳେ ବିରାଟ ବିରାଟ ବୃକ୍ଷକୁ କାଟି ଫୋପାଡ଼ି ଦେଇଥିବା ଦେଖାଦେଇଛି । ଏ ନେଇ ଚାଷୀମାନଙ୍କ କ୍ଷତିପୂରଣ ଦାବିରେ ଅଗଷ୍ଟ ୩୧ ତାରିଖରେ ପୋଟଲାମପୁର କୃଷକ ସଙ୍ଘ
ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କର୍ମୀ ଗଣ୍ଡଗୋଳ: ୪ ଗିରଫ

ରାଉରକେଲା, ୧୯ା୫(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅନ୍ତର୍ଗତ ଗଙ୍ଗାଧରପାଲି ବସ୍ତି ଅଞ୍ଚଳରେ ହୋଇଥିବା ବିଜେଡି ଓ ଭାଜପା ଗଣ୍ଡଗୋଳ ମାମଲାରେ ରବିବାର ପୋଲିସ ୨ଟି ପୃଥକ...

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା, ବଜ୍ରପାତରେ…

ଆସିକା,୧୯ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଳା କୋଟିନଡା ଥାନା ଅନ୍ତର୍ଗତ ହୁମୁକି ଗ୍ରାମରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ବଜ୍ରପାତ ହୋଇଥିଲା।...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ଗାଁକୁ ଗାଁ ବୁଲି ଭୋଟ ଭିକ୍ଷା କଲେ ସୂର୍ଯ୍ୟବଂଶୀ

ଧାମନଗର,୧୯।୫(ଦେବେନ୍ଦ୍ର ଆନ୍ଦିଆ)-ଧାମନଗର ବିଧାନସଭା ଆସନ ପାଇଁ ଦ୍ୱିତୀୟ ଥର ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଅସୁରାଳି ଜୋନ୍‌ରେ ନିର୍ବାଚନ ପ୍ରଚାରକୁ ଜୋରଦାର...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri