ଭିସୁଟ୍‌ ମାଷ୍ଟରପ୍ଲାନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୧୮।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌)ର ଉନ୍ନତୀକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି। ୨୦୨୬ ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରୀଛାତ୍ର ପାଠ ପଢ଼ିବାର ବ୍ୟବସ୍ଥା କରାଯିବ। ଏଥିପାଇଁ ୩ଟି ପର୍ଯ୍ୟାୟରେ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଗତମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିିତ କରିବା ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ। ଏହି ମାଷ୍ଟରପ୍ଲାନ୍‌ ଅନୁଯାୟୀ ୨୦୩୦ ସୁଦ୍ଧା ଏହାକୁ ଏକ ବହୁମୁଖୀ ଇଞ୍ଜିନିୟରିଂ ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ ଭାବରେ ବିକଶିତ କରାଯିବ। ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ ଆଇଆଇଟି ଓ ଏନ୍‌ଆଇଟି ପରି ସଂସ୍ଥାମାନଙ୍କ ସହିତ ସମକକ୍ଷ ହେବ। ଏଥିରେ ସ୍କୁଲ ଅଫ୍‌ ଇଞ୍ଜିନିୟରିଂ, ଦକ୍ଷତା ବିକାଶ କେନ୍ଦ୍ର, ସ୍କୁଲ ଅଫ୍‌ ମେଡିକାଲ ଟେକ୍ନୋଲୋଜି ଓ ସ୍କୁଲ ଅଫ୍‌ ବେସିକ ସାଇନ୍ସ ପରି ୭ଟି ସ୍କୁଲ ରହିବ।
ମାଷ୍ଟରପ୍ଲାନ୍‌ ଅନୁଯାୟୀ ଏହି ଅନୁଷ୍ଠାନରେ ୧୦,୮୬୪ ଜଣ ଛାତ୍ରୀଛାତ୍ର ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରାଯିବ। ବର୍ତ୍ତମାନ ୨,୮୪୯ ଛାତ୍ରୀଛାତ୍ର ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି। ଏଥିରେ ୭ ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ। ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରି, ପ୍ରଫେସରମାନଙ୍କ ଚାମ୍ବର ଓ ଗ୍ୟାଲେରି ରହିବ। ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବରେଟୋରି ସୁବିଧା ଉପଲବ୍ଧ ହେବ। ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନର ସହଭାଗିତା କରାଯିବ ଏବଂ ଏଥିରେ ଅତି କମ୍‌ରେ ଜଣେ ପୂର୍ବତନ ଛାତ୍ର ମେଣ୍ଟର ଭାବରେ ଦାୟିତ୍ୱ ଗ୍ରହଣ କରିବେ। ଏହାଦ୍ବାରା ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ଶିଳ୍ପାନୁଷ୍ଠାନମାନଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ଓ ପରାମର୍ଶ କେନ୍ଦ୍ର ଭାବରେ କାର୍ଯ୍ୟ କରିପାରିବ ଏବଂ ଗ୍ରାମ୍ୟ ଓ ସହରାଞ୍ଚଳର ଉନ୍ନତୀକରଣ ପାଇଁ ଏକ ନୋଡାଲ ସେଣ୍ଟର ଭାବରେ ମଧ୍ୟ କାର୍ଯ୍ୟ କରିପାରିବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ମାସ ମଧ୍ୟରେ ସମସ୍ତ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହଷ୍ଟେଲ ଓ ଅନ୍ୟାନ୍ୟ ସାଧାରଣ ମରାମତି କାମକୁ ତୁରନ୍ତ ଶେଷ କରାଯିବ ଏବଂ ଅନୁଷ୍ଠାନକୁ ୨୪ ଘଣ୍ଟିଆ ବିଦ୍ୟୁତ୍‌ ବ୍ୟବସ୍ଥାର ସୁବିଧା କରାଯିବ। ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟର କୁଳପତି ଓ ପ୍ରଫେସରମାନଙ୍କ ସହିତ ଆଲୋଚନା କରିଛନ୍ତି। ସେମାନେ ସମସ୍ତେ ଏହି ରୂପାନ୍ତର କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହିତ ଏଥିପାଇଁ ପ୍ରତିବଦ୍ଧତା ସହ କାମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଦକ୍ଷତା ବିକାଶ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଉପସ୍ଥାପନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri