ତାରାତାରିଣୀ ପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ

ପୁରୁଷୋତ୍ତମପୁର,୧୮ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ପୀଠରେ ପାର୍ବଣ ପୂଜା ଶନିବାର ରାତି ପବିତ୍ର ମୂଳାଷ୍ଟମୀଠାରୁ ଆରମ୍ଭ ହୋଇଛି। ଏହା ଦୀର୍ଘ ୧୬ଦିନ ଧରି ଚାଲି ଦଶହରାରେ ସମାପନ ହେବ। ଭାଦ୍ରବ ମାସ ଶୁକ୍ଳ ଅଷ୍ଟମୀରେ ମା’ ସୁଖ ଶୟନ କକ୍ଷକୁ ଯାଇଥିଲେ। ପବିତ୍ର ମୂଳାଷ୍ଟମୀରେ କଡ଼ଲେଉଟି ଉଠିଛନ୍ତି। ମା’ ଉଠିବା ପରେ ତାଙ୍କର ପ୍ରତିମାକୁ ସ୍ନାନ ବେଦୀକୁ ଅଣାଯାଇଥିଲା। ମା’ଙ୍କ ସ୍ନାନ ନିମନ୍ତେ ପବିତ୍ର ଋଷକୂଲ୍ୟାରେ ପୂଜାର୍ଚ୍ଚନା କରି ସେବାୟତ ବୋହୂମାନେ ଆଣିଥିବା ବିଶୁଦ୍ଧ ଜଳରେ ସ୍ନାନ କରାଇ ପୁଣି ଗର୍ଭଗୃହକୁ ନିଆଯାଇ ସଙ୍କଟ ତାରିଣୀ ସହ ମହାସ୍ନାନ କରାଯାଇଥିଲା। ମା’ଙ୍କ ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶ ସର୍ମା ପରମ୍ପରା ଅନୁସାରେ ସମସ୍ତ ପୂଜାର୍ଚ୍ଚନା କରି ରାତ୍ରରୁ ଚଣ୍ଡୀପାଠ ଓ ପୂଜା ଆରମ୍ଭ କରିଛନ୍ତି। ଏଥିରେ କର୍ତ୍ତା ଭାବେ ସେବାୟତ ସଂଘ ସଭାପତି ତପନ କୁମାର ରଣା ରହିଥିବା ବେଳେ ସେବାୟତ ବାପୁଜୀ ରଣା, ଧ୍ରୁବରଣାଙ୍କ ସମେତ ସମସ୍ତ ସେବାୟତ ପୂଜା କାର୍ଯ୍ୟରେ ଲାଗିଛନ୍ତି। ଏହି ଷୋହଳ ଦିନକୁ ଦୁଇଥର ଚଣ୍ଡୀପାଠ ହେବ। ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଆସି ମା’ଙ୍କ ଦର୍ଶନ କରିବା ସହ ଆଇନଶୃଙ୍ଖଳା ବ୍ୟବସ୍ଥାର ତଦାରଖ କରିଛନ୍ତି। ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡିଙ୍କ ସହ ପୁରୁଷୋତ୍ତମପୁର ତହସିଲଦାର ସନ୍ତୋଷ କୁମାର ସାହୁ, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ସ୍ମୃତିଶୁଭଦର୍ଶନ ସାହୁ, ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ଓ ଆଇଆଇସି ପୀୟୁଷ ରଞ୍ଜନ ଛୋଟରାୟଙ୍କ ସମେତ ପୋଲିସ ଫୋର୍ସ ମୁତୟନ ରହି ଟ୍ରାଫିକ ଓ ଆଇନଶୃଙ୍ଖଳାକୁ ନିୟନ୍ତ୍ରଣ କରିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ଜାଣନ୍ତି କି ସରକାରୀ ଅନୁମୋଦନ ପାଇଥିବା ୨ ବିମାନ କମ୍ପାନୀର ମାଲିକ କିଏ?

ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri