ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୯ା୯(ଡି.ଏନ୍‌.ଏ.):ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ରବିବାର ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୭,୪୩୧ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୦୮,୬୩୯ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧,୧୬,୦୭୦କୁ ବୃଦ୍ଧି ପାଇଛି। ରାଜନଗର ଭାରପ୍ରାପ୍ତ ଡିଏଫ୍‌ଓ ଅଧୀର କୁମାର ବେହେରାଙ୍କ ସୂଚନା ମୁତାବକ, ଗତ ୮ ତାରିଖରୁ ୧୨ ତାରିଖ ଯାଏଁ ୫ ଦିନ ଧରି ଭିତରକନିକାର ମଠଆଡିଆ, ଲକ୍ଷ୍ମୀପ୍ରସାଦଡିଆ, ଦୁର୍ଗାପ୍ରସାଦଡିଆରେ ପକ୍ଷୀ ଗଣନା କରାଯାଇଥିଲା। ବନ ବିଭାଗର ୩ଟି ଟିମ୍‌ ପକ୍ଷୀ ଗଣନା କରିଥିଲେ। ମଠଆଡିଆରେ ୮୮୦ ଗଛର ୧୩,୨୨୬ ବସାରେ ୨୬,୪୫୨ ବଡ଼ ପକ୍ଷୀ ଓ ୩୬,୯୦୬ ଛୁଆ ମୋଟ ୬୪,୩୫୮ପକ୍ଷୀଙ୍କୁ ଗଣନା କରାଯାଇଥିଲା। ଲକ୍ଷ୍ମୀପ୍ରସାଦଡିଆରେ ୬୩୬ ଗଛର ୯,୭୪୨ଟି ବସାରେ ୧୯,୪୮୪ ବଡ଼ ପକ୍ଷୀ ଚିହ୍ନଟ ହୋଇଥିବାବେଳେ ୨୫,୫୦୧ ଛୁଆ ମୋଟ ୪୪,୯୮୫ ପକ୍ଷୀ ଚିହ୍ନଟ କରାଯାଇଛି। ସେହିପରି ଦୁର୍ଗାପ୍ରସାଦଡିଆରେ ୧୦୨ ଗଛର ୧,୪୯୬ଟି ବସାରେ ୨,୯୫୨ ବଡ଼ ପକ୍ଷୀ ଚିହ୍ନଟ ହୋଇଥିବା ବେଳେ ୩,୭୩୫ ଛୁଆ ପକ୍ଷୀ ମୋଟ ୬,୭୨୭ ପକ୍ଷୀ ଗଣନା କରାଯାଇଛି। ଚଳିତବର୍ଷ ଭିତରକନିକା ଜାତୀୟ ଉଦ୍ୟାନରେ ୧୦ ପ୍ରକାର ପକ୍ଷୀଙ୍କ ସମାଗମ ହୋଇଛି। ପକ୍ଷୀଗୁଡ଼ିକ ମଧ୍ୟରେ ଗେଣ୍ଡାଳିଆ, ରାଣୀବଗ, ମଝିଆ ବଗ, ଛୋଟ ବଗ, ଖଇରା ବଗ, ମାଟିଆ ବଗ, ପାଣିକୁଆ, ଅନ୍ଧାରିଆ ବଗ, କାପରଖାଇ, ଦା ବେଣ୍ଟିଆ ପ୍ରଭୃତି ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି। ଏହି ଗଣନାକାର୍ଯ୍ୟରେ କନିକା ରେଞ୍ଜ୍‌ ଅଫିସର ମାନସ କୁମାର ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବନପାଳ କପିଳେନ୍ଦ୍ର ପ୍ରଧାନ, ପ୍ରଶାନ୍ତ ସିଂ ପ୍ରମୁଖ ସହଯୋଗ କରିଥିଲେ। ସୂଚନାଯୋଗ୍ୟ, ଜୁନ୍‌ ଶେଷ ଭାଗରୁ ପକ୍ଷୀମାନଙ୍କର ଆଗମନ ହୋଇଥାଏ। ମା’ ପକ୍ଷୀମାନେ ବସାରେ ଅଣ୍ଡା ଦେଇ ଛୁଆ ଫୁଟାଇବା ପରେ ସେମାନଙ୍କୁ ସାଙ୍ଗରେ ଧରି ଅକ୍ଟୋବର ଶେଷ ସୁଦ୍ଧା ଆସିଥିବା ସ୍ଥାନକୁ ଫେରି ଯାଇଥାନ୍ତି। ମୌସୁମୀର ଆଗମନରେ ଏହି ପକ୍ଷୀମାନେ ଖାଦ୍ୟ ସଂଗ୍ରହ, ବଂଶ ବିସ୍ତାର ଓ ଭିତରକନିକାରେ ରହିଯାଇଥିବା ବିଦେଶାଗତ ପକ୍ଷୀମାନଙ୍କ ସହ ବନ୍ଧୁତ୍ୱ ସ୍ଥାପନ ପାଇଁ ଦେଶୀୟ ପକ୍ଷୀମାନେ ଏଠାକୁ ଛୁଟି ଆସନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri