୧୩ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ବୌଦ୍ଧ,୧୯।୯(ସ୍ବ.ପ୍ର): ବୌଦ୍ଧ ଜିଲା ଶିକ୍ଷା ବିଭାଗ ଏକ ପ୍ରକାର ଅବ୍ୟବସ୍ଥା ଘେରରେ ରହିଛି। ଜିଲାରେ ବହୁ ଶିକ୍ଷୟତ୍ରୀ ଶିକ୍ଷକ ନକଲି ପ୍ରମାଣପତ୍ର ଦେଇ ଚାକିରୀ କରୁଛନ୍ତି। ନକଲି ପ୍ରମାଣପତ୍ର ଦେବା ଅଭିଯୋଗରେ ଅନେକ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଜିଲା ଶିକ୍ଷା ବିଭାଗ ବହିଷ୍କୃତ କରିଥିବାବେଳେ ଆହୁରି ଅନେକ ମାମଲା ଏବେବି ତଦନ୍ତ ପରିସରଭୁକ୍ତ ରହିଛି। ଅନେକ ଶିକ୍ଷୟିତ୍ରୀ ଶିକ୍ଷକ ନକଲି ସାର୍ଟିଫିକେଟ ଓ ବହୁ ନକଲି ଭିନ୍ନକ୍ଷମ ପ୍ରମାଣପତ୍ର ଦେଇ ଚାକିରୀ କରୁଥିବା ମଧ୍ୟ ଅଭିଯୋଗ ହେଉଛି। ତେବେ ନକଲି ପ୍ରମାଣପତ୍ର ଦେଇ ଚାକିରୀ କରୁଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ତଦନ୍ତ ସରି ନ ଥିବାବେଳେ ବର୍ତ୍ତମାନ ପୁଣି ଶିକ୍ଷାଗତ ପ୍ରମାଣପତ୍ରକୁ ନେଇ ଅନ୍ୟ ଏକ ମାମଲା ଜିଲା ଶିକ୍ଷା ବିଭାଗର କାରଣ ଦର୍ଶାଅ ନୋଟିସରୁ ସ୍ପଷ୍ଟ ଜଣାପଡୁଛି। ମିଳିଥିବା ତଥ୍ୟ ଅନୁଯାୟୀ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଚିଠି ସଂଖ୍ୟା ୧୯୩୫/୨୨ରେ ବୌଦ୍ଧ ବ୍ଲକର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଗୋଟିଏ ସମୟରେ ଦୁଇଗୋଟି ଶିକ୍ଷାଗତ ଡିଗ୍ରୀ ହାସଲ କରିଥିବା ଜଣାପଡିବା ପରେ କାରଣ ଦର୍ଶାଅ ନୋଟିସ ଜାରି କରିବାକୁ ବୌଦ୍ଧ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାଯାଇଛି। ସମ୍ପୃକ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଗୋଟିଏ ଶିକ୍ଷାବର୍ଷରେ ଦୁଇଟି ଶିକ୍ଷାଗତ ପ୍ରମାଣପତ୍ର ହାସଲ କରିବା ସମ୍ପର୍କରେ ସନ୍ତୋଷଜନକ ଉତ୍ତର ଦେଇ ନ ପାରିଲେ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉକ୍ତ ଚିଠିରେ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri