Posted inଜାତୀୟ

ଏଏପି ବିଧାୟକଙ୍କୁ ଇଡିର ନୋଟିସ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ପରେ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଏଏପି ବିଧାୟକ ତଥା ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ଦାୟିତ୍ୱରେ ଥିବା ଦୁର୍ଗେଶ ପାଠକଙ୍କୁ ସୋମବାର ସମନ ଜାରି କରିଛି । ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି।

ମନୀଷ ଭାଜପାକୁ ଟାର୍ଗେଟ କରି କହିଛନ୍ତି, ଅବକାରୀ ନୀତିରେ କର୍ପୋରେସନ ନିର୍ବାଚନ ଇନ୍‌ଚାର୍ଜଙ୍କ ଏଥିରେ କ’ଣ ସମ୍ପର୍କ ରହିଛି। ଭାଜପାର ଟାର୍ଗେଟ ମଦ ନୀତି ନା କର୍ପୋରେସନ ନିର୍ବାଚନ ବୋଲି ସେ ଓଲଟା ପ୍ରଶ୍ନ କରିଛନ୍ତି।

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ, ଉପମୁଖ୍ୟମନ୍ତ୍ରୀ ସିସୋଡିଆ ଏବଂ ଚହଲା ବିଧାୟକଙ୍କ ସମେତ ଏଏପିର ୪ଜଣ ବରିଷ୍ଠ ନେତା ସିବିଆଇ, ଇଡି ଏବଂ ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି) ପରି କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥାର ସମ୍ମୁଖୀନ ହୋଇଛନ୍ତି।

ସୂଚନାଯୋଗ୍ୟ, ଦିନକ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। କେନ୍ଦ୍ର ସରକାର ତାଙ୍କ ଦଳର ମନ୍ତ୍ରୀ ଏବଂ ନେତାଙ୍କୁ ଦୁର୍ନୀତି ମାମଲାରେ ଫସାଇବାକୁ ଚେଷ୍ଟା କରୁଛନ୍ତି। କାରଣ ଭାଜପା ଏଏପିର ଲୋକପ୍ରିୟତାକୁ ସହି ପାରୁନାହିଁ। ତେଣୁ ଦଳ ବିରୋଧରେ ଅନେକ ଷଡ଼ଯନ୍ତ୍ର ରଚୁଛି ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ବିଧାୟକଙ୍କ ବିରୋଧରେ ଏପର୍ଯ୍ୟନ୍ତ ୧୬୯ଟି ମାମଲା ରହିଛି। ହେଲେ ଗୋଟିଏ ମାମଲାରେ ତାଙ୍କୁ ଦଣ୍ଡିତ କରାଯାଇ ନ ଥିବା କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri