Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢ଼ିପାରନ୍ତି ଥରୁର: ସବୁଜ ସଙ୍କେତ ଦେଲେ ସୋନିଆ

ନୂଆଦିଲ୍ଲୀ,୧୯।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୈତିକ ସରଗରମ ରହୁଛି। ଆସନ୍ତା ମାସ ୧୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ବରିଷ୍ଠ ନେତା ଶଶୀ ଥରୁର ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି। ଏଥିପାଇଁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ସବୁଜ ସଙ୍କେତ ଦେଇଥିବା ଜଣାପଡ଼ିଛି। ବିଦେଶରୁ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରି ଫେରିଥିବା ସୋନିଆଙ୍କୁ ସୋମବାର ଥରୁରଙ୍କ ସମେତ କେତେଜଣ ବରିଷ୍ଠ ନେତା ଭେଟିଥିଲେ। ଥରୁର ନିଜ ନିଷ୍ପତ୍ତି ସମ୍ପର୍କରେ କଂଗ୍ରେସ ଅଧ୍ୟକ୍ଷାଙ୍କୁ ଜଣାଇଥିଲେ। ନିର୍ବାଚନ ଲଢ଼ିବା ନିଷ୍ପତ୍ତି ଆପଣଙ୍କ ଉପରେ ନିର୍ଭର କରୁଛି, ଏହା ନିର୍ବାଚନ ପ୍ରକ୍ରିୟା ଅନୁଯାୟୀ ହେବ ବୋଲି ସୋନିଆ କହିଛନ୍ତି। ଥରୁରଙ୍କ ସହ ବରିଷ୍ଠ ନେତା ଦୀପେନ୍ଦ୍ର ହୁଡା, ଜୟପ୍ରକାଶ ଅଗ୍ରଓ୍ବାଲ ଏବଂ ବିଜେନ୍ଦ୍ର ସିଂ କଂଗ୍ରେସ ଅଧ୍ୟକ୍ଷାଙ୍କୁ ଭେଟିଥିଲେ। ସୂଚନା ମୁତାବକ ଅଧ୍ୟକ୍ଷ ନିର୍ବାଚନ ନିମନ୍ତେ ସେପ୍ଟେମ୍ବର ୨୨ରେ ବିଜ୍ଞପ୍ତି ପ୍ରକାଶ ପାଇବ। ସେପ୍ଟେମ୍ବର ୨୪ରୁ ୩୦ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ହେବ। ନାମାଙ୍କନପତ୍ର ପ୍ରତ୍ୟାହରର ଶେଷ ତାରିଖ ଅକ୍ଟୋବର ୮ ରହିଥିବା ବେଳେ ଅକ୍ଟୋବର ୧୭ରେ ଭୋଟ ଗ୍ରହଣ ଓ ଅକ୍ଟୋବର ୧୯ରେ ଫଳାଫଳ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri