ନାଳରେ ଭାସିଗଲେ ୨ ଯୁବକ

ଦିଗପହଣ୍ଡି,୨୧ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାଙ୍ଗରଡ଼ା ଗ୍ରାମ ପାଶର୍‌ବ ଦେଇ ଯାଇଥିବା ରାଉତରାୟ ନାଳକୁ ମଙ୍ଗଳବାର ଗାଧୋଇବାକୁ ଯାଇଥିବା ବେଳେ ଅସାବଧାନତା କାରଣରୁ ୨ ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଗନ୍ନାଥ ସେଠୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟଜଣେ ଯୁବକ ବଳରାମ ଡାକୁଆ ନିଖୋଜ ଅଛନ୍ତି। ଗ୍ରାମର ଜଗନ୍ନାଥ, ଟୁକୁନା ଚୌଧୁରୀ ଏବଂ ବଳରାମ ୩ ଜଣ ସାଙ୍ଗ ହୋଇ ରାଉତରାୟ ନାଳକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଉଥିବା ବେଳେ ଅସାବଧାନତା କାରଣରୁ ପାଣିର ପ୍ରଖର ସ୍ରୋତରେ ପ୍ରଥମେ ଜଗନ୍ନାଥ ଭାସି ଯାଇଥିଲେ। ଏହା ଦେଖି ନାଳ ହିଡ଼ରେ ଠିଆ ହୋଇଥିବା ବଳରାମ ତାଙ୍କୁ ଉଦ୍ଧାର କରିବାକୁ ପାଣିକୁ ଡେଇଁ ପଡ଼ିଥିଲେ। ପାଣିର ପ୍ରଖର ସ୍ରୋତରେ ସେ ମଧ୍ୟ ଭାସି ଯାଇଥିଲେ। ପାଖରେ ଥିବା ଟୁକୁନା ନାଳର ଗଭୀର ଜଳରୁ ଜଗନ୍ନାଥଙ୍କୁ ଉଦ୍ଧାର କରିଥିବା ବେଳେ ବଳରାମଙ୍କୁ ଉଦ୍ଧାର କରିପାରିନଥିଲେ। ଖବର ପାଇ ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଥିବା ଜଗନ୍ନାଥଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସରପଞ୍ଚ ପ୍ରତିନିଧି ଶିବରାମ ପ୍ରଧାନ ପହଞ୍ଚି ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚାଲୁରଖିଥିବା ବେଳେ ବଳରାମଙ୍କ ପତ୍ତା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

କ୍ରୀଡ଼ା ମହୋତ୍ସବକୁ ଉଦ୍‌ଘାଟିତ କଲେ ଆସିକା ଏମ୍‌ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍‌

ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri