୪୭ ହଜାର ତଳେ ସକ୍ରିୟ ମାମଲା-ଦୈନିକ ସଂକ୍ରମଣ ୫ ହଜାରରୁ କମ…

ନୂଆଦିଲ୍ଲୀ, ୨୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ପୁଣି ୪୭ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୫ ହଜାର ତଳେ ରହିଛି। ଏହା ୪,୪୯୧ ରହିଛି। ଗୋଟିଏ ଦିନ ତଳେ ଏହା ୪,୦୪୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪୬ ହଜାର ୨୧୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୭ ହଜାର ୩୭୯ ଥିଲା। ସେହିପରି ୨୪ ଘଣ୍ଟାରେ ୫ ହଜାର ୬୪୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪ ହଜାର ୬୭୬ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୪୦୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୪୭ ହଜାର ୫୯୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୭୨ ହଜାର ୯୮୦ ଜଣ ସୁସ୍ଥ ହୋଇ ସାରିଛନ୍ତି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୪ ଶହ ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଭାଜପା ପରେ ଆଜି ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି

ଭୁବନେଶ୍ବର,୧୯ା୧୨: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗକୁ ନେଇ ଦିନକୁ ଦିନ ବିରୋଧାଭାବ ଦେଖିବାକୁ ମିଳୁଛି । ଗତକାଲି ଭାଜପା ବିଧାୟକମାନେ ଏହି ପ୍ରସଙ୍ଗ ଉପରେ ପୁର୍ନବିଚାର...

ଦିବ୍ୟାଙ୍ଗଠାରୁ ଲାଞ୍ଚ ମାଗି ବଦଳିଲେ ଆର୍‌ଆଇ, ଚାକିରିରୁ ବିଦା ହେଲେ ପିଅନ

ବାସୁଦେବପୁର,୧୯ା୧୨(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଇରମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ବେସରକାରୀ ଭାବେ କାର୍ଯ୍ୟରତ ପିଅନ କାଳିଆ ବେହେରା ଜଣେ ଦିବ୍ୟାଙ୍ଗଙ୍କଠାରୁ...

ଦ୍ୱିତୀୟ ସ୍ତ୍ରୀ ପାଇଁ ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଅଣଦେଖା କରିପାରିବ ନାହିଁ: ହାଇକୋର୍ଟ

ଆହ୍ଲାବାଦ୍,୧୯ା୧୨: ସ୍ୱାମୀ ଯଦି ଦ୍ୱିତୀୟ ସ୍ତ୍ରୀଙ୍କୁ ଆର୍ଥିକ ସହାୟତା କରିବାରେ ସକ୍ଷମ, ତେବେ ଏହା ପ୍ରଥମ ସ୍ତ୍ରୀଙ୍କ ଭରଣପୋଷଣ ଦାବିକୁ ପ୍ରତ୍ୟାଖ୍ୟାନ କରିବାର କାରଣ ହୋଇପାରିବ...

ବିଶ୍ୱର ଏକମାତ୍ର ବୁଲେଟ୍‌ ପ୍ରୁଫ୍‌ ପ୍ରାଣୀ, AK-47 ଗୁଳି ବି କରିବ ନାହିଁ ପ୍ରଭାବିତ, ଜାଣିଲେ…

ସାରା ବିଶ୍ୱରେ ଲକ୍ଷଲକ୍ଷ ପ୍ରଜାତିର ପ୍ରାଣୀ ଦେଖିବାକୁ ମିଳିଥାନ୍ତି। କିଛି ଜୀବ ଅନନ୍ୟ ଗଠନ ପାଇଁ ଜଣାଶୁଣା ଥିବାବେଳେ ଆଉ କିଛି ସେମାନଙ୍କର ଆକ୍ରମଣାତ୍ମକତା ପାଇଁ...

ଭାଙ୍ଗିପଡ଼ିଲେ ୟୁନୁସ: ଶୋକ ପ୍ରକାଶ କରି କହିଲେ…

ଢାକା,୧୯।୧୨: ଗତବର୍ଷ ବାଂଲାଦେଶରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ବିରୋଧରେ ହିଂସାତ୍ମକ ଆନ୍ଦୋଳନ ଆରମ୍ଭ କରିଥିବା ବିରୋଧୀ ନେତା ଉସମାନ ହାଦିଙ୍କ ସିଙ୍ଗାପୁରରେ ମୃତ୍ୟୁ ହୋଇଥିଲା।...

ଦେଶରେ ୨୦% ଖାଦ୍ୟ-ପାନୀୟ ଅପମିଶ୍ରିତ: ୫ ବର୍ଷରେ ଏତିକି ଲୋକଙ୍କୁ ମିଳିଲାନି ଦଣ୍ଡ, ୨୫୭ କୋଟି ଜରିମାନା

ଭୁବନେଶ୍ୱର,୧୯।୧୨: ଦେଶରେ ଖାଦ୍ୟ ଏବଂ ପାନୀୟ ସାମଗ୍ରୀରେ ଅପମିଶ୍ରଣର ମାତ୍ରା ଅତ୍ୟନ୍ତ ଚିନ୍ତାଜନକ ରହିଛି। ରାଜ୍ୟସଭାରେ ଉପସ୍ଥାପିତ ସରକାରୀ ତଥ୍ୟ ଅନୁଯାୟୀ, ଗତ ପାଞ୍ଚ ବର୍ଷ...

ମହଙ୍ଗା ହେବ ମୋବାଇଲ୍ ରିଚାର୍ଜ, ୨୦% ପର୍ଯ୍ୟନ୍ତ ବଢ଼ିପାରେ ଦାମ୍

ନୂଆଦିଲ୍ଲୀ,୧୯ା୧୨:   ଭାରତର ପ୍ରମୁଖ ଟେଲିକମ୍ କମ୍ପାନୀଗୁଡ଼ିକ ରିଲାଏନ୍ସ ଜିଓ, ​​ଭାରତୀ ଏୟାରଟେଲ୍ ଏବଂ ଭୋଡାଫୋନ୍ ଆଇଡିଆ, ଆସନ୍ତା ବର୍ଷ ପ୍ରିପେଡ୍ ଏବଂ ପୋଷ୍ଟପେଡ୍ ଉଭୟ ପ୍ଲାନର...

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri