Posted inଜାତୀୟ

‘କଂଗ୍ରେସର ଅଧ୍ୟକ୍ଷ ହେବା କେବଳ ଏକ ପଦବୀ ନୁହେଁ, ବରଂ ବିଶ୍ୱାସର ପ୍ରତୀକ’

ନୂଆଦିଲ୍ଲୀ,୨୨।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ପ୍ରକ୍ରିୟା ସେପ୍ଟେମ୍ବର ୨୪ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଦଳର ନେତା ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦ ଦୌଡ଼ରେ ଜଡିତ ନେତାମାନଙ୍କୁ ଉପଦେଶ ଦେଇଛନ୍ତି। ଭାରତ ଯୋଡୋ ଯାତ୍ରାରେ ଥିବା ରାହୁଲ ଗୁରୁବାର କହିଛନ୍ତି, କଂଗ୍ରେସର ଅଧ୍ୟକ୍ଷ ହେବା କେବଳ ଏକ ପଦବୀ ନୁହେଁ ବରଂ ଏହା ବିଶ୍ୱାସର ପ୍ରତୀକ। ଏହା ଭାରତର ଦର୍ଶନକୁ ପ୍ରତିପାଦିତ କରେ। ଯେଉଁମାନେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ସେମାନଙ୍କ ପାଇଁ ମୋର ପରାମର୍ଶ ହେଉଛି ଆପଣ ଯେଉଁ ପଦବୀ ପାଇବାକୁ ଯାଉଛନ୍ତି ତାହା ଐତିହାସିକ। ଏହା କେବଳ ଏକ ସଂଗଠନର ପଦବୀ ନୁହେଁ ବରଂ ଏକ ଆଦର୍ଶଗତ ପଦବୀ, ଯାହା ଏକ ବିଶ୍ୱାସକୁ ପ୍ରତିପାଦିତ କରେ।
ରାହୁଲ ଆହୁରି ମଧ୍ୟ କହିଛନ୍ତି, ଆମେ ସମସ୍ତେ ରାଜସ୍ଥାନର ଉଦୟପୁରରେ ଗୋଟିଏ ପ୍ରତିଜ୍ଞା କରିଥିଲୁ, ତାହା ହେଉଛି ଗୋଟିଏ ବ୍ୟକ୍ତି ଓ ଗୋଟିଏ ପୋଷ୍ଟ। ଆମର ଆଶା ସମସ୍ତେ ଏହି ନିୟମ ପାଳନ କରିବେ।
କଂଗ୍ରେସ ଅଧ୍ୟକ୍ଷ ଦୌଡରେ ସର୍ବାଗ୍ରେ ଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ‘ଡବଲ ରୋଲ’ ସର୍ତ୍ତକୁ ଏହା ରାହୁଲଙ୍କ କଡ଼ା ଜବାବ ବୋଲି କୁହାଯାଉଛି। ଗୋଟିଏ ଦିନ ପୂର୍ବରୁ ଗେହଲଟ କହିଥିଲେ, ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ମଧ୍ୟ ସେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦ ଛାଡିବେ ନାହିଁ।
ସୂଚନାଯୋଗ୍ୟ, ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁଯାୟୀ, ଯେକୌଣସି ନେତା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ସେପ୍ଟେମ୍ବର ୨୪ ରୁ ୨୦ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ। ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର ୮ ହେବ। ଅଧ୍ୟକ୍ଷ ପଦ ପାଇଁ ଏକରୁ ଅଧିକ ପ୍ରାର୍ଥୀ ଥିଲେ ଅକ୍ଟୋବର ୧୭ରେ ସମସ୍ତ ରାଜ୍ୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ରାଜ୍ୟ କଂଗ୍ରେସର ପ୍ରତିନିଧୀମାନେ ଭୋଟ ଦେବେ। ଭୋଟ ଗଣନା ଅକ୍ଟୋବର ୧୯ରେ ହୋଇ ଫଳାଫଳ ଘୋଷଣା କରାଯିବ। ବର୍ତ୍ତମାନ ପର୍ଯ୍ୟନ୍ତ ଅଧ୍ୟକ୍ଷ ପଦ ଦୌଡରେ ଅଶୋକ ଗେହଲୋଟ, ଶଶି ଥରୁର, ଦିଗବିଜୟ ସିଂଙ୍କ ଭଳି ନେତାଙ୍କ ନାମ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri