Posted inଜାତୀୟ

‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ ୨ଗିରଫ

ବେଙ୍ଗାଲୁରୁ,୨୨।୯: ‘ପେ ସିଏମ୍‌ ପୋଷ୍ଟର’ ବିବାଦ ମାମଲାରେ କନର୍ର୍ାଟକ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଏହି ପୋଷ୍ଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ ଶାସକ ଦଳ ଭାଜପାକୁ ଟାର୍ଗେଟ କରାଯାଇଥିଲା। ତେବେ ଗିରଫ ହୋଇଥିବା ଉଭୟ ବ୍ୟକ୍ତି କର୍ନାଟକ ପ୍ରଦେଶ କଂଗ୍ରେସ କମିଟି(କେପିସିସି)ର ସୋସିଆଲ ମିଡିଆ ୱିଙ୍ଗ ସହ ଜଡିତ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି। ସେମାନେ ହେଲେ କେପିସିସି ସୋସିଆଲ ମିଡିଆର ପୂର୍ବତନ ଅଧ୍ୟକ୍ଷ ବି.ଆର ନାଇଡୁ ଓ ବେଙ୍ଗାଲୁରୁର କେ.ଦେବନ୍ଦଦ୍ରାର ବାସିନ୍ଦା ଗଗନ ଯାଦବ। ସୂଚନାଯୋଗ୍ୟ, ବୁଧବାର ବେଙ୍ଗାଲୁରୁର ଅନେକ ସ୍ଥାନରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇଙ୍କ ଫଟୋ ଉପରେ ‘ପେ ସିଏମ୍‌’ ଲେଖାଥିବା ପୋଷ୍ଟର ଲଗାଯାଇଥିଲା। ବେଙ୍ଗାଲୁରୁ ରାସ୍ତାରେ ବୋମ୍ମାଇଙ୍କ କ୍ୟୁଆର୍‌ କୋଡ ସହିତ ‘ପେ ସିଏମ’ର ପୋଷ୍ଟର ଲଗାଯାଇଥିଲା। ଯଦି କେହି ପୋଷ୍ଟରରେ ଥିବା କ୍ୟୁଆର୍‌ କୋଡକୁ ସ୍କାନ କରନ୍ତି, ତେବେ ଏକ ୱେବସାଇଟ ଖୋଲିଯିବ। କଂଗ୍ରେସ ଅନୁଯାୟୀ, ଲୋକମାନେ ଏହି ୱେବସାଇଟରେ ଦୁର୍ନୀତି ବିରୋଧରେ ଅଭିଯୋଗ ପଞ୍ଜିକରଣ କରିପାରିବେ। ଏଥିରେ ମୁଖ୍ୟମନ୍ତ୍ରୀ କ୍ରୋଧିତ ହୋଇ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ବୋମ୍ମାଇଙ୍କ ନିର୍ଦ୍ଦେଶ ଅନୁଯାୟୀ ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିବା ସହ ଗୁରୁବାର ୨ଅଭିଯୁକ୍ତକୁ ଗିରଫ କରିଛି। ପବ୍ଲିକ ପୋଷ୍ଟ ଡିଫିଗୁରିମେଣ୍ଟ ଆକ୍ଟ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି ବୋଲି ବେଙ୍ଗାଲୁରୁ ପୋଲିସ କମିଶନର ପ୍ରତାପ ରେଡ୍ଡି କହିଛନ୍ତି। ଏଥିସହ ବେଙ୍ଗାଲୁରୁର କାନ୍ଥ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକରୁ ପୋଷ୍ଟର ହଟାଇବାକୁ ଅଧିକାରୀମାନେ ବିବିଏମ୍‌ପି କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ପୋଷ୍ଟରକୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ମୋର ପ୍ରତିଛବି ବିଷୟରେ ନୁହେଁ, ସେମାନେ ରାଜ୍ୟର ଭାବମୂର୍ତ୍ତିକୁ ଖରାପ କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ୍‌ ବୋଲି ବୋମ୍ମାଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri