Posted inଜାତୀୟ

ବାହୁବଳୀ ନେତା ମୁଖତାର ଅନସାରୀଙ୍କୁ ଗ୍ୟାଙ୍ଗଷ୍ଟର ମାମଲାରେ ୫ବର୍ଷ କାରାଦଣ୍ଡ

ଲକ୍ଷ୍ନୌ,୨୩।୯: ବାହୁବଳୀ ମୁଖତାର ଅନସାରୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଜେଲରଙ୍କୁ ଧମକାଇବା ମାମଲାରେ ବୁଧବାର ୭ବର୍ଷ କାରାଦଣ୍ଡରେ ଦଣ୍ଡିତ ହେବା ପରେ ବର୍ତ୍ତମାନ ମୁଖତାର ଗ୍ୟାଙ୍ଗଷ୍ଟର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୩ଦିନ ମଧ୍ୟରେ ମୁଖତାର ୨ଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଶୁକ୍ରବାର ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଗ୍ୟାଙ୍ଗଷ୍ଟର ମାମଲାର ଶୁଣାଣି କରି ମୁଖତାରଙ୍କୁ ୫ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୫୦ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ ଗ୍ୟାଙ୍ଗଷ୍ଟର ଆକ୍ଟ ଅଧୀନରେ ୨୩ବର୍ଷ ପୁରୁଣା ଏକ ମାମଲାରେ ମୁଖତାର ଅନସାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜଷ୍ଟିସ ଦୀନେଶ କୁମାର ସିଂଙ୍କ ଏକକ ବେଞ୍ଚ ରାଜ୍ୟ ସରକାରଙ୍କ ଆବେଦନ ଉପରେ ଏହି ନିଷ୍ପତ୍ତି ନେଇଛନ୍ତି। ସୂଚନା ମୁତାବକ, ୧୯୯୯ରେ ଏହି ମାମଲାରେ ଏଫ୍‌ଆଇଆର ହଜରତଗଞ୍ଜ ପୋଲିସ ଷ୍ଟେସନରେ ରୁଜୁ ହୋଇଥିଲା। ଗତ ୩୪ବର୍ଷ ମଧ୍ୟରେ ଏହା ପ୍ରଥମ ଥର ଯେଉଁଠି ଜଣେ ମାଫିଆଙ୍କୁ ଦଣ୍ଡିତ କରାଯାଇଛି। ତେବେ ଏହି ୫୯ଟି ମାମଲା ମଧ୍ୟରୁ ଅଧିକାଂଶ ମାମଲା ଗାଜିପୁର ଜିଲାରେ ରୁଜୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri