ଭୋଗରାଇରେ ଡେଙ୍ଗୁ ଭୟ, ୫ ଆକ୍ରାନ୍ତ

ଭୋଗରାଇ,୨୩।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁସୁଡ଼ା ଗ୍ରାମରେ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହି ଗ୍ରାମର ୫ଜଣ ଆକ୍ରାନ୍ତ ହୋଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଜଣେ ମହିଳାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏହି ଖବର ମିଳିବା ପରେ ଜଳେଶ୍ୱରପୁର ଓ କମର୍ଦ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଗୁରୁବାର ୧୩ଜଣଙ୍କର ରକ୍ତ ସଂଗ୍ରହ କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ବେଳେ ଗାଁରେ ସ୍ବାସ୍ଥ୍ୟକର୍ମୀଙ୍କ ପକ୍ଷରୁ ଡେଙ୍ଗୁ ସଚେତନତା କାର୍ଯ୍ୟକ୍ରମ କରଯାଉଛି।
ସୂଚନା ଅନୁଯାୟୀ, ନିକଟରେ ସୁବର୍ଣ୍ଣରେଖା ବନ୍ୟାରେ ବହୁ ଖାଲ ସ୍ଥାନ ଓ ପୋଖରୀ ପାଣି ପଚି ଦୂଷିତ ହୋଇଥିବା ବେଳେ ଏଡିସ୍‌ ମଶା ଦ୍ୱାରା ଡେଙ୍ଗୁ ସଂଗ୍ରହମିତ ହେଉଥିବାର କୁହାଯାଇଛି। ଏପରିକି ବନ୍ୟା ପରେ ଝାଡ଼ାବାନ୍ତି, ଆନ୍ତ୍ରିକଜ୍ୱର ସହ ଚର୍ମ ଜନିତ ସଂକ୍ରାମକ ରୋଗ ବ୍ୟାପିବାରେ ଲାଗିଥିବାରୁ ଡାକ୍ତରଖାନା ଗୁଡ଼ିକରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବାଲେଶ୍ୱର ଜିଲା ସଦର, ନୀଳଗିରି, ବାହାନଗା, ବାଲିଆପାଳ, ବସ୍ତା ଅଞ୍ଚଳରେ ୫ଜଣ ଡେଙ୍ଗୁ ଜନିତ ରୋଗରେ ଆକ୍ରାନ୍ତ ହୋଇଥିବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର...

ପଥର ଛଇକୁ ପୋଖରୀ ଦର୍ଶାଇ ଲକ୍ଷାଧିକ ଟଙ୍କା ଆତ୍ମସାତ

କାଳିଆପାଣି,୩୦ା୪(ଅସିତ ମହାନ୍ତ): ପୋଖରୀ ପୁନରୁଦ୍ଧାର ପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ କରି ଯାଜପୁର ଜିଲାର ସୁକିନ୍ଦା ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ଟଙ୍କା...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ...

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ...

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri