ଡାକବଙ୍ଗଳା ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ

ବାଉଁଶୁଣୀ, ୨୪।୯(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ନିକଟ ଜାତୀୟ ରାଜପଥ ପାଶର୍‌ବରେ ବାଘନଦୀ କୂଳରେ ଥିବା ପୁରାତନ ଡ଼ାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଫଳରେ ଅଞ୍ଚଳର ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୁରାତନ ଡାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ ପାଇଁ ପୂର୍ତ୍ତ ବିଭାଗ ଗତ ଦୁଇ ବର୍ଷ ପୂର୍ବେ ଭାଙ୍ଗି ଦେଇଥିଲା। ଲୋକେ ଆଶା କରିଥିଲେ ଯାହାବି ହେଉ ବିଭାଗ ଏ ବଙ୍ଗଳା ପ୍ରତି ଶୁଭଦୃଷ୍ଟି ପକାଇଲା ବୋଲି। ମାତ୍ର ଦୁଃଖର କଥା ଆଜକୁ ଦୁଇ ବର୍ଷ ହେଲା ଘରର ପୁରୁଣା କାଠ, ଟିଣ, ଛପର ଓ ଶାଳକାଠର ଝରକା କବାଟ ଖୋଲି ନେବା ପରେ ସେମିତି ଲଙ୍ଗଳା କରି ପକାଇ ଦେଇଛନ୍ତି। ଡାକବଙ୍ଗଳା ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ନୂତନ ବଙ୍ଗଳା ନିର୍ମାଣ ତ ପରର କଥା ପୁରୁଣା କାନ୍ଥ ବି ଭଙ୍ଗା ଯାଇପାରୁ ନାହିଁ। ପୁରୁଣା ଟିଣ ଓ ଶାଳ କବାଟଗୁଡିକ କେଉଁଆଡେ ଗଲା ତା’ର ଖୋଜ ଖବର ନାହିଁ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ପୂର୍ତ୍ତ ବିଭାଗ ଅଧିନରେ ଥିବା ଏହି ପ୍ରାଚୀନ ଡ଼ାକବଙ୍ଗଳା ଗଡ଼ଜାତ ସମୟରୁ ରହିଥିଲା। ସ୍ବାଧୀନତା ପରେ ଏହାର ପୁରାତନ ଡ଼ାକବଙ୍ଗଳାର ପୁନଃନିର୍ମାଣ କରାଯାଇ ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ଅଧିନରେ ରକ୍ଷଣାବେକ୍ଷଣ ହେଉଥିଲା। ଉକ୍ତ ଡ଼ାକବଙ୍ଗଳାକୁ ନେଇ ଅନେକ ସ୍ମୃତି ରହିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ରାଜେନ୍ଦ୍ର ନାରାୟଣ ସିଂଦେଓ, ସ୍ବର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସମେତ ଓଡ଼ିଶାର ଅନେକ ବିଶିଷ୍ଟ ବ୍ୟକ୍ତି ଏଠାରେ ଏକାଧିକ ଥର ବିଶ୍ରାମ ନେଇଛନ୍ତି। ୨୦୦୨ମସିହା ପରଠାରୁ ଏହି ଐତିହାସିକ ବଙ୍ଗଳାର ଦୁର୍ଦ୍ଦିନ ଆସିଥିଲା। ରକ୍ଷଣାବେକ୍ଷଣ ଅଭାବରୁ ଭଗ୍ନ ଅବସ୍ଥାକୁ ଚାଲି ଆସିବା ସହ ଏହାର ପରିବେଶରେ ଅନାବନା ଗଛଲତା ଉଠି ଭୂତକୋଠି ଭଳି ପ୍ରତୀୟମାନ ହୋଇଥିଲା। ଅନେକ ସଚେତନ ବ୍ୟକ୍ତି ଡାକବଙ୍ଗଳାର ପୁନରୁଦ୍ଧାର ପାଇଁ ଦାବି ମଧ୍ୟ କରି ଆସୁଥିଲେ। ପୂର୍ତ୍ତ ବିଭାଗ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରିବାରୁ ସେ ସମୟରେ ଲୋକେ ସାଧୁବାଦ ଜଣାଇଥିଲେ। ମାତ୍ର ପୂର୍ତ୍ତ ବିଭାଗ ଲୋକଙ୍କୁ ହତାସ କରିଛି। କେଉଁ କାରଣରୁ କାହା ସ୍ବାର୍ଥରେ ପୂର୍ତ୍ତ ବିଭାଗ ଏଭଳି ନିଷ୍ପତ୍ତି ନେଇଛି ତାହା ଜନସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri