Posted inଜାତୀୟ

କଂଗ୍ରେସରେ ଗାନ୍ଧୀ ପରିବାରରୁ କେହି ହେବେ ନାହିଁ ଅଧ୍ୟକ୍ଷ, ତିନି ବର୍ଷ ପୂର୍ବରୁ ସ୍ପଷ୍ଟ କରିଥିଲେ ରାହୁଲ

ନୂଆଦିଲ୍ଲୀ,୨୪ ।୯: କଂଗ୍ରେସକୁ ଆଉ ଅଳ୍ପଦିନ ମଧ୍ୟରେ ନୂଆ ଅଧ୍ୟକ୍ଷ ମିଳିଯିବ । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏଥର ଅଧ୍ୟକ୍ଷ ପଦ ଗାନ୍ଧୀ ପରିବାରରୁ ନୁହେଁ ବରଂ ବାହାରର କେହି ଜଣେ ନେତା କଂଗ୍ରେସର ଅଧ୍ୟକ୍ଷ ହେବାକୁ ଯାଉଛନ୍ତି । ଏହି ରେସ୍‌ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ନାମ ସବୁଠାରୁ ଆଗରେ ଥିବା ବେଳେ କେତେଜଣ ନେତା କିନ୍ତୁ ରାହୁଲ ପୁଣିଥରେ ଅଧ୍ୟକ୍ଷ ହୁଅନ୍ତୁ ବୋଲି ଚାହୁଁଛନ୍ତି । କିନ୍ତୁ ଗେହଲୋଟ କହିଛନ୍ତି ପୂର୍ବରୁ ରାହୁଲ ଗାନ୍ଧୀ ସ୍ପଷ୍ଟ କରିଛନ୍ତି ଯେ ସେ ଏଥର ଅଧ୍ୟକ୍ଷ ପଦ ସମ୍ଭାଳିବେ ନାହିଁ କି ନିର୍ବାଚନରେ ଭାଗ ନେବେ ନାହିଁ । ତେବେ ୨୦୧୯ ଲୋକ ସଭା ନିର୍ବାଚନରେ ହାରିବା ପରେ ରାହୁଲ ସଙ୍କେତ ଦେଇଥିଲେ କି ଆଗକୁ ଗାନ୍ଧୀ ପରିବାରର କୌଣସି ସଦସ୍ୟ କଂଗ୍ରେସର ଅଧ୍ୟକ୍ଷ ହେବେ ନାହିଁ ।
ସୂଚନାଯୋଗ୍ୟ, ୨୦୧୯ରେ ହୋଇଥିବା ଲୋକସଭା ନିର୍ବାଚନରେ କଂଗ୍ରେସକୁ ବଡ ପରାଜୟର ସାମ୍ନା କରିବାକୁ ପଡିଥିଲା । ସେତେବେଳେ ଅଧ୍ୟକ୍ଷ ପଦରେ ଥିବା ରାହୁଲ ଗାନ୍ଧୀ ପରାଜୟ ପାଇଁ ନିଜକୁ ଦାୟୀ କରି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିଲେ । ଇସ୍ତଫା ଦେବା ବେଳେ ସେ କହିଥିଲେ କି କଂଗ୍ରେସର ପରବର୍ତ୍ତି ଅଧ୍ୟକ୍ଷ ଗାନ୍ଧୀ ପରିବାର ବାହାରୁ ହେବେ । ଏବେ ଭାରତ ଯୋଡୋ ଯାତ୍ରାରେ ଥିବା ରାହୁଲ କହିଛନ୍ତି ମୁଁ ମୋ ପୁରୁଣା କଥାକୁ ରଖିବାକୁ ଚାହୁଁଛି । ଅର୍ଥାତ୍ ଏଥର କଂଗ୍ରେସ ଅଧ୍ୟକ୍ଷ ପଦରେ ଗାନ୍ଧୀ ପରିବାରର କୌଣସି ସଦସ୍ୟ ରହିବେ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri