ନ୍ୟାୟ ନ ପାଇ ନବୀନ ନିବାସ ସମ୍ମୁଖ ଗଛରେ ଚଢ଼ିଗଲେ ମହିଳା

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବାସ ନିକଟରେ ଥିବା ଏକ ଗଛରେ ଜଣେ ମହିଳା ଚଢ଼ିଯାଇଥିଲେ। ସେଠାରେ ଉପସ୍ଥିତ ଥିବା କମିଶନରେଟ ପୋଲିସ ଓ ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ବହୁ କଷ୍ଟରେ ଗଛରୁ ଉଦ୍ଧାର କରିଛନ୍ତି। ଗଛରୁ ଓହ୍ଲାଇବା ପରେ ଭଦ୍ରକ ଓ ଭୁବନେଶ୍ୱର କମିଶନରେଟ ପୋଲିସକୁ ଗାଳିଗୁଲଜ କରିବା ସହ ଏ ଜୀବନ କାହିଁକି ରଖିବି ବୋଲି ମହିଳା ଜଣକ କହୁଥାନ୍ତି।

ଖବର ନେବାରୁ ଜଣାପଡ଼ିଛି, ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ଏହି ମହିଳା ଜଣକ ଯେତେବେଳେ ନବମ ଶ୍ରେଣୀରେ ପଢୁଥିଲେ ସେତେବେଳେ ତାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିଲା। ତାଙ୍କ ଭାଇ ତାଙ୍କୁ ଉଦ୍ଧାର କରିଥିଲେ। ଏପରିକି ତାଙ୍କ ଭାଇଙ୍କୁ ହତ୍ୟା ମଧ୍ୟ କରାଯାଇଥିଲା। ଏହାର ସାକ୍ଷୀଥିଲେ ଛାତ୍ରୀ ଅବସ୍ଥାରେ ଥିବା ଏହି ମହିଳା ଜଣକ। ଏହା ପରେ ସେ ନ୍ୟାୟ ପାଇଁ ଥାନାକୁ ବାରମ୍ବାର ଯାଇଥିଲେ। ତଥାପି ତାଙ୍କୁ ନ୍ୟାୟ ମିଳି ନ ଥିଲା। ପରେ ତାଙ୍କର ବିବାହ ହୋଇଯାଇଥିଲା। କିନ୍ତୁ ସେ ଭାଇ ହତ୍ୟାର ପ୍ରତିଶୋଧ ନେବାକୁ ଚାହୁଁଥିଲେ। ମାମଲା କୋର୍ଟରେ ବିଚାରାଧୀନ ଥିବାବେଳେ ତାଙ୍କୁ ଏକ ମିଛ ମାମଲାରେ ଜେଲ୍‌ ପଠାଇ ଦେଇଥିଲେ କିଛି ଲୋକ। ସେ ଦୋଷମୁକ୍ତ ହୋଇ କୋର୍ଟରୁ ଫେରିଥିଲେ। ମାତ୍ର ଶାଶୁଘର ଲୋକେ ଆଉ ଗ୍ରହଣ କରି ନ ଥିଲେ। ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି କରି ଏଥିରେ ବି ବିଫଳ ହୋଇଥିଲେ। ଚାରିଆଡୁ ନିରାଶ ହୋଇ ସେ ନବୀନ ନିବାସଠାରେ ଥିବା ଏକ ଗଛରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri