Posted inଜାତୀୟ

ଭଗତ ସିଂଙ୍କ ନାମରେ ହେବ ଚଣ୍ଡିଗଡ଼ ବିମାନବନ୍ଦର

ନୂଆଦିଲ୍ଲୀ,୨୬।୯ (ପି.ଟି.): ସେପ୍ଟେମ୍ବର ୨୮ ମହାନ୍‌ ସ୍ବାଧୀନତା ସଂଗ୍ରାମୀ ଶହୀଦ ଭଗତ ସିଂଙ୍କ ଜନ୍ମବାର୍ଷିକୀ ହୋଇଥିବାରୁ ଅମୃତ ମହୋତ୍ସବରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଦିବସ। ତାଙ୍କୁ ଶ୍ରଦ୍ଧାଞ୍ଜଳି ସ୍ବରୂପ ଚଣ୍ଡିଗଡ଼ ବିମାନବନ୍ଦର ଭଗତ ସିଂଙ୍କ ନାମରେ ନାମିତ କରାଇବା ଲାଗି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଘୋଷଣା କରିଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଏହାକୁ ସ୍ବାଗତ କରିଛନ୍ତି। ପଞ୍ଜାବର ଦୀର୍ଘଦିନର ଦାବି ପୂରଣ ହେଲା ବୋଲି ମାନ୍‌ କହିଛନ୍ତି। ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ପ୍ରଧାନମନ୍ତ୍ରୀ ଚଣ୍ଡିଗଡ଼ ବିମାନବନ୍ଦର ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଜଳବାୟୁ ପରିବର୍ତ୍ତନ ସାମୁଦ୍ରିକ ପରିବେଶ ପାଇଁ ବଡ଼ ବିପଦ ସୃଷ୍ଟି କରିଛି। ବେଳାଭୂମିରେ ଆବର୍ଜନା ଓ ବର୍ଜ୍ୟବସ୍ତୁ ଫିଙ୍ଗାଯାଉଥିବାରୁ ପ୍ରଧାନମନ୍ତ୍ରୀ ଏହାକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି।

ଦୀର୍ଘବର୍ଷ ପରେ ଭାରତକୁ ଚିତାବାଘ ଫେରିଥିବାରୁ ଏହା ୧୩୦ କୋଟି ଦେଶବାସୀଙ୍କୁ ଗର୍ବିତ କରିଛି। ଏକ ଟାସ୍କଫୋର୍ସ ସେମାନଙ୍କର ତଦାରଖ କରୁଛନ୍ତି। ଲୋକମାନଙ୍କୁ ଚିତା ଦେଖିବା ଲାଗି କେବେ ଅନୁମତି ମିଳିବ ତାହା ଟାସ୍କଫୋର୍ସ ରିପୋର୍ଟ ଆଧାରରେ ନିଆଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଚିତାଗୁଡ଼ିକର ନାମକରଣ ଲାଗି ମାଇଁଗଭ୍‌ ପ୍ଲାଟ୍‌ଫର୍ମରେ ଏକ ପ୍ରତିଯୋଗିତାର ଆୟୋଜନ କରାଯିବ,ଯେଉଁଥିରେ ଜନସାଧାରଣ ସାମିଲ ହୋଇ ସେମାନେ ଚିନ୍ତା କରୁଥିବା ନାମ ପ୍ରସ୍ତାବ ରଖିପାରିବେ। ଏହି ଅବସରରେ ମୋଦି ଭାଜପାର ଆଦର୍ଶ ଦୀନଦୟାଲ ଉପାଧ୍ୟାୟଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri