Posted inଜାତୀୟ

ଗେହଲଟ-ପାଇଲଟଙ୍କ ମଧ୍ୟରେ ମଧ୍ୟସ୍ଥତା କରିବେ କମଲନାଥ

ଜୟପୁର,୨୬।୯: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ରେସ୍‌ରେ ସାମିଲ ହେବା ପରେ ରାଜସ୍ଥାନର ରାଜନୈତିକ ସରଗରମ ରହିଛି। କଂଗ୍ରେସ ଭିତରେ ଥିବା ଦଳ କନ୍ଦଳ ପୁଣି ଥରେ ସାମ୍ନାକୁ ଆସିଛି। ଗେହଲଟ ଗୋଷ୍ଠୀଙ୍କ ବିରୋଧ ପରେ ପୁଣି ଥରେ ସଚିନ ପାଇଲଟଙ୍କ ହାତରୁ ଶାସନ କ୍ଷମତା ଦୂରେଇ ଯାଉଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ରାଜ୍ୟରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗି ରହିଛି। ଇତିମଧ୍ୟରେ ରାଜସ୍ଥାନ ରାଜନୈତିକ ଡ୍ରାମାରେ କମଲନାଥଙ୍କ ଏଣ୍ଟ୍ରି ହୋଇଛି। ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ମଧ୍ୟସ୍ଥତା କରିବେ ବୋଲି ଜଣାପଡ଼ିଛି। ଏଥିପାଇଁ କଂଗ୍ରେସର ହାଇକମାଣ୍ଡ କମଲନାଥଙ୍କୁ ଦିଲ୍ଲୀ ଡକାଇଛନ୍ତି। ସେ ଗେହଲଟ ଓ ପାଇଲଟଙ୍କ ମଧ୍ୟରେ କଥାବାର୍ତ୍ତା କରାଇ ଆପୋଷ ବୁଝାମଣା ପାଇଁ ଚେଷ୍ଟା କରିବେ। ଅନ୍ୟପଟେ ଜୟପୁରର ମ୍ୟାରିଅଟ୍‌ ହୋଟେଲରେ ଅଶୋକ ଗେହଲଟ, ଅଜୟ ମାକେନ ଓ ମଲ୍ଲିକାର୍ଜୁନ ଖଡଗେଙ୍କ ସହ ସାକ୍ଷାତକାର କରିଛନ୍ତି। ସେହିପରି ସଚିନ ପାଇଲଟଙ୍କୁ ସମର୍ଥନ କରୁଥିବା ବିଧାୟକମାନେ ଜୟପୁରରେ ଥିବା ତାଙ୍କ ବାସଭବନରେ ଏକାଠି ହେଉଥିବା ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri