Posted inଜାତୀୟ

କଂଗ୍ରେସର ବିକଳ୍ପ ହେବ କି ଆମ୍‌ ଆଦମୀ ପାର୍ଟି, କେଜ୍‌ରିଓ୍ବାଲ ଦେଲେ ଜବାବ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନକୁ ନେଇ ସଚିନ ପାଇଲଟ ଏବଂ ଅଶୋକ ଗେହଲଟଙ୍କ କ୍ୟାମ୍ପ୍‌ ମୁହାଁମୁହିଁ ହୋଇଛି। ଗେହଲଟ କ୍ୟାମ୍ପର ବିଧାୟକମାନେ ମୁଖ୍ୟମନ୍ତ୍ରୀ ପଦ ପାଇଁ ସଚିନ ପାଇଲଟଙ୍କ ନାମକୁ ବିରୋଧ କରୁଛନ୍ତି। ଦଳ ମଧ୍ୟରେ ଥିବା ମତଭେଦକୁ ନେଇ ଅନ୍ୟ ଦଳ ରାଜସ୍ଥାନରେ କଂଗ୍ରେସକୁ ଟାର୍ଗେଟ କରିବା ଆରମ୍ଭ କରିଛନ୍ତି।
କଂଗ୍ରେସର ବିକଳ୍ପ ଭାବେ ଆମ୍‌ ଆଦମୀ ପାର୍ଟି(ଏଏପି) ଉଭା ହେବ କି ପ୍ରଶ୍ନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି, ମୁଁ ଏହି ବିକଳ୍ପକୁ ବୁଝିପାରୁ ନାହିଁ, ଆମକୁ ଦେଶକୁ ଆଗକୁ ନେବାକୁ ପଡିବ। ଉଭୟ କଂଗ୍ରେସ ଏବଂ ଭାଜପା ଭଙ୍ଗା-ଯୋଡା ରାଜନୀତି କରୁଛନ୍ତି। ଏବେ ଆମ ଆଦମୀ ପାର୍ଟି ସମଗ୍ର ଦେଶରେ ଭରସା ସାଜିଛି। ଆମେ ରାଜନୀତି ଜାଣୁନାହୁଁ, ଜନସାଧାରଣଙ୍କ ପାଇଁ କାମ କରୁ, ବିଦ୍ୟାଳୟ ଏବଂ ଡାକ୍ତରଖାନା ନିର୍ମାଣ କରୁ। ଏହି କାରଣରୁ ଦିଲ୍ଲୀ ଏବଂ ପଞ୍ଜାବରେ ସରକାର ଗଠନ କରିଛୁ। ବର୍ତ୍ତମାନ ଗୁଜରାଟର ମଧ୍ୟ ଆମ ଆଦମୀ ପାର୍ଟି ସରକାର ଗଠନ ହେବ ବୋଲି ସେ ଦାବି କରିଛନ୍ତି।
ସୂଚନାଯୋଗ୍ୟ, କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଘୋଷଣା କରିବା ପରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ନେଇ ଆଲୋଚନା ଆରମ୍ଭ ହୋଇଛି। କାରଣ କଂଗ୍ରେସରେ ‘ଜଣେ ବ୍ୟକ୍ତି-ଗୋଟିଏ ପୋଷ୍ଟ’ର ନୀତି ରହିଛି। ଏହି ଆଧାରରେ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ହେଲେ ମୁଖ୍ୟମନ୍ତ୍ରୀ ପଦରେ ରହିପାରିବେ ନାହିଁ। ତେଣୁ ତାଙ୍କ ସ୍ଥାନରେ ସଚିନ ପାଇଲଟ ହିଁ ଏହି ପଦ ପାଇଁ ମୁଖ୍ୟ ଦାବିଦାର କୁହାଯାଉଛି। କିନ୍ତୁ ଗେହଲଟଙ୍କ ସମର୍ଥକ ବିଧାୟକ ସଚିନଙ୍କୁ ଏହି ପଦରେ ବସାଇବାକୁ ରାଜି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri