ଭାରତ ପ୍ରଥମେ ସ୍ପେନ୍‌କୁ ଭେଟିବ

ଭୁବନେଶ୍ୱର, ୨୮।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଥିବା ହକି ବିଶ୍ୱକପ୍‌ର ଆଗାମୀ ସଂସ୍କରଣ ପାଇଁ ମଙ୍ଗଳବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଭୁବନେଶ୍ୱର ଓ ରାଉରକେଲାରେ ଏହି ପ୍ରତିଯୋଗିତା ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ମୋଟ ୪୪ଟି ମ୍ୟାଚ ଖେଳାଯିବ। ଭୁବନେଶ୍ୱରରେ ୨୪ଟି ଓ ରାଉରକେଲାରେ ୨୦ଟି ମ୍ୟାଚ ଅନୁଷ୍ଠିତ ହେବ। ୧୩ ତାରିଖ ଅପରାହ୍ନ ୧ଟାରେ ୨୦୧୬ ଅଲିମ୍ପିକ୍‌ ଗୋଲ୍ଡ ମେଡାଲିଷ୍ଟ ଆର୍ଜେଣ୍ଟିନା ଓ ଆଫ୍ରିକାର ସର୍ବୋଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ଦଳ ଦକ୍ଷିଣ ଆଫ୍ରିକା ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଦ୍ୱିତୀୟ ମ୍ୟାଚ ସେହିଦିନ ଅପରାହ୍ନ ୩ଟାରେ ବିଶ୍ୱର ନମ୍ବରଓ୍ବାନ ଦଳ ଅଷ୍ଟ୍ରେଲିଆ ଓ ଫ୍ରାନ୍ସ ମଧ୍ୟରେ ଖେଳାଯିବ। ୨୦୧୮ ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲରେ ଏହି ଦୁଇ ଦଳ ମଧ୍ୟରେ ମୁକାବିଲା ହୋଇଥିଲା। ପ୍ରଥମ ଥର ପାଇଁ ଏଫ୍‌ଆଇଏଚ୍‌ ବିଶ୍ୱକପ୍‌ ମ୍ୟାଚ ଆୟୋଜନ କରିବାକୁ ଯାଉଥିବା ରାଉରକେଲାର ନବନିର୍ମିତ ବିର୍ସାମୁଣ୍ଡା ଷ୍ଟାଡିୟମରେ ୧୩ ତାରିଖ ଅପରାହ୍ନ ୫ଟାରେ ଇଂଲଣ୍ଡ-ଓ୍ବେଲ୍ସ  ଏବଂ ରାତି ୭ଟାରେ ଭାରତ ଏହାର ପ୍ରଥମ ମ୍ୟାଚରେ ସ୍ପେନ୍‌କୁ ଭେଟିବ। କାର୍ଯ୍ୟସୂଚୀ ଅନୁସାରେ ପ୍ରତି ଦଳ ଉଭୟ ଭେନ୍ୟୁରେ ଖେଳିବା ସୁଯୋଗ ପାଇବେ। କଳିଙ୍ଗ ଷ୍ଟାଡିୟମରେ ସେମିଫାଇନାଲ ଓ ଫାଇନାଲ ଅନୁଷ୍ଠିତ ହେବ। ଏହି ମେଗା ପ୍ରତିଯୋଗିତା ପାଇଁ ଟିକେଟ ବିକ୍ରି ପ୍ରକ୍ରିୟା ଖୁବ୍‌ଶୀଘ୍ର ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ପକ୍ଷରୁ ସୂଚନା ଦିଆଯାଇଛି। ଦର୍ଶକଙ୍କୁ ଉତ୍ସାହିତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ଟିକେଟ ପାଇଁ ଦର୍ଶକମାନେ https://fih.formstack.com/forms/world_cup_tickets_pre_registration ରେ ରେଜିଷ୍ଟର କରିପାରିବେ। ସେପ୍ଟେମ୍ବର ୮ରେ ଭୁବନେଶ୍ୱରରେ ପ୍ରତିଯୋଗିତାର ଡ୍ର’ ଉଠାଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଡ୍ର’ ଅନୁସାରେ ପୁଲ୍‌ ‘ଏ’ରେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ଫ୍ରାନ୍ସ, ଦକ୍ଷିଣ ଆଫ୍ରିକା, ପୁଲ୍‌ ‘ବି’ରେ ବେଲ୍‌ଜିୟମ, ଜର୍ମାନୀ, କୋରିଆ, ଜାପାନ, ପୁଲ୍‌ ‘ସି’ରେ ନେଦରଲାଣ୍ଡ୍ସ, ନ୍ୟୁଜିଲାଣ୍ଡ, ମାଲେସିଆ, ଚିଲି ଏବଂ ପୁଲ୍‌ ‘ଡି’ରେ ଭାରତ, ଇଂଲଣ୍ଡ, ସ୍ପେନ୍‌ ଓ ଓ୍ବେଲ୍ସ ସ୍ଥାନ ପାଇଛନ୍ତି। ଚିଲି ଓ ଓ୍ବେଲ୍ସ ପ୍ରଥମଥର ପାଇଁ ପୁରୁଷ ହକି ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ବେଲ୍‌ଜିୟମ ହେଉଛି ବର୍ତ୍ତମାନର ବିଶ୍ୱ ଚାମ୍ପିୟନ। ୨୦୧୮ ଫାଇନାଲରେ ଏହି ଦଳ ନେଦରଲାଣ୍ଡ୍ସକୁ ପରାସ୍ତ କରି ଟାଇଟଲ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri