ସାଟେଲାଇଟ ସ୍କୁଲ ପିଲାଙ୍କୁ ମଧ୍ୟାହ୍ନଭୋଜନ ମିଳୁନି

ଭଞ୍ଜନଗର,୨୮।୯(ଡି.ଏନ.ଏ): ଗତବର୍ଷ ରାଜ୍ୟ ସରକାର ଯେଉଁ ବିଦ୍ୟାଳୟରେ ୨୦ରୁ କମ୍‌ ଛାତ୍ରୀଛାତ୍ର ଅଛନ୍ତି ଏବଂ ଏକ କି.ମି. ମଧ୍ୟରେ ଦୁଇଟି ସ୍କୁଲ ଥିଲେ ଗୋଟିଏକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହି ନିୟମ ଯୋଗୁ ରାଜ୍ୟରେ ଏଭଳି ହଜାର ହଜାର ସାଟେଲାଇଟ୍‌ ସ୍କୁଲ ବନ୍ଦ ହେଉଥିବାରୁ ଅନେକ ବିଦ୍ୟାଳୟର ପରିଚାଳନା କମିଟି କୋର୍ଟ ଦ୍ୱାରସ୍ଥ ହୋଇଥିଲେ। କୋର୍ଟ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଆଇନର ଆଶ୍ରୟ ନେଇଥିବା ସାଟେଲାଇଟ୍‌ ସ୍କୁଲଗୁଡ଼ିକ ଯେଉଁଠି ଥିଲା ସେଇଠି ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ଅନେକ ସାଟେଲାଇଟ୍‌ ସ୍କୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମିଶି ନ ଥିଲା। ଏଭଳି ସ୍ଥିତିରେ ଚଳିତ ଶିକ୍ଷାବର୍ଷ ଠାରୁ ସାଟେଲାଇଟ ସ୍କୁଲରେ ମଧ୍ୟାହ୍ନଭୋଜନ ସମେତ ଅନ୍ୟାନ୍ୟ ସରକାରୀ ସୁବିଧା ବନ୍ଦ କରି ଦିଆଯାଇଥିବାରୁ ଛାତ୍ରୀଛାତ୍ର ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଭଞ୍ଜନଗର ବ୍ଲକରେ ୨୬ଟି ସାଟେଲାଇଟ୍‌ ସ୍କୁଲ କାର୍ଯ୍ୟକ୍ଷମ ଅଛି। ଆଉ ୧୫ଟି ସାଟେଲାଇଟ୍‌ ସ୍କୁଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ମିଶିଥିଲା। ବ୍ଲକର ୨୬ଟି ସାଟେଲାଇଟ୍‌ ସ୍କୁଲରେ ମଧ୍ୟାହ୍ନ ଭୋଜନ ଓ ଅନ୍ୟ ସରକାରୀ ସୁବିଧା ବନ୍ଦ କରିଦିଆଯାଇଛି । ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହୋଇଛି । ଅନ୍ୟପକ୍ଷରେ ଶିକ୍ଷା ଅଧିକାର ଆଇନ ଅନୁସାରେ ପ୍ରଥମରୁ ୮ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯାଇଛି ା ତେଣୁ ସେମାନଙ୍କୁ ମଧ୍ୟାହ୍ନ ଭୋଜନ, ଜୋତା, ଡ଼୍ରେସ ଆଦି ଦିଆଯାଉଛି । ହେଲେ ୯ମ, ୧୦ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଯୋଜନାରେ ସାମିଲ କରାଯାଉନାହିଁ । ଏଥିପାଇଁ ଉନ୍ନୀତ ଉଚ୍ଚ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବଣ୍ଟନ ଦାୟିତ୍ୱରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀ, ଶିକ୍ଷକମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଭଞ୍ଜନଗର ବ୍ଲକରେ ୧୨ଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଅଛି । ସେଗୁଡ଼ିକ ହେଲା ବାହାଡ଼ାପଦର, ଇନ୍ଦାଗଡ଼, ବାଇବାଲି, ଲାଲସିଂ, ସୋମନାଥ ପ୍ରାକ୍ଟିସ୍‌, ଭଞ୍ଜନଗର ଦୀନବନ୍ଧୁ ବେହେରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁବି ହାଇସ୍କୁଲ, ଗୋଲାପଡ଼ା, ରାଇପଲ୍ଲୀ, ତଳଜିବିକା, ବ୍ରାହ୍ମଣପଦର, ବୁଦୁଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟ। ଏସବୁ ବିଦ୍ୟାଳୟରେ ଗୋଟିଏ କ୍ୟାମ୍ପସ ମଧ୍ୟରେ ପ୍ରଥମରୁ ୧୦ମ ଶ୍ରେଣୀ ଥିବା ବେଳେ କେବଳ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଦେବା ନିୟମ ଅଛି । ଏସବୁ ସ୍କୁଲରେ ସରକାର ୯ମ,୧୦ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ କରିବା ପାଇଁ ଅଭିଭାବକମାନେ ଦାବି କରିଛନ୍ତି। ଏ ନେଇ ଭଞ୍ଜନଗର ବିଇଓ ଏସ୍‌. ଧନଞ୍ଜୟଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ଫୋନ ଲାଗି ନ ଥିବାରୁ ମତାମତ ନିଆଯାଇପାରିନାହିଁ । ଜଣେ ସିଆରସିସି କହିଛନ୍ତି, ବ୍ଲକର ସାଟେଲାଇଟ୍‌ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଚଳିତ ଶିକ୍ଷାବର୍ଷର କୌଣସି ସୁବିଧା ଆସିନାହିଁ। କେବଳ ଶିକ୍ଷକମାନେ
ଯାଇ ପାଠ ପଢ଼ାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri